ରକ୍ତଦାନରେ ସାମିଲ ହେଲେ ପୋଲିସ ଅଧିକାରୀ

ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ଗେଙ୍ଗୁଟି ପଞ୍ଚାୟତର ପଳାସପୁର ୟୂଜିଏମି ସ୍କୁଲଠାରେ ଆଚ୍ଛା ସଙ୍ଗଠନ ସହାୟତାରେ ଶୁକ୍ରବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଅଭ୍ୟୁଦମ୍‌ ଏବଂ ଆଚ୍ଛା ସଙ୍ଗଠନର ମେଡ଼ିକାଲ କୋଡିନେଟର୍‌ ଉଦୟଭାନୁ ନାୟକଙ୍କ ତତ୍ତ୍ୱାବଧାନ ଓ ଗେଙ୍ଗୁଟି ପଞ୍ଚାୟତ ସରପଞ୍ଚ ବିରୁପାକ୍ଷ ମହାପାତ୍ରଙ୍କ ସହଯୋଗରେ ଅନୁଷ୍ଠିତ ଶିବିରରେ ମୋଟ୍‌ ୫୦ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଛି। ଶିବିରରେ ସଙ୍ଗଠନ ପକ୍ଷରୁ ପ୍ରଥମେ ସାବୁନ ଦ୍ୱାରା ଭଲ ଭାବେ ହାତ ଧୋଇବା ପାଇଁ ଦିଆଯିବା ପରେ ସାନିଟାଇଜରରେ ହାତକୁ ସଫା କରିବା ପାଇଁ ଦିଆଯାଇଥିଲା। ପରେ ବ୍ଲଡ଼ବ୍ୟାଙ୍କ ଅଫିସର ଡା. ମହେଶ କୁମାର ବିଶ୍ୱାଳ, ଦୁଇ ଲ୍ୟାବଟେଷ୍ଟ ଅଧିକାରୀ ଜଗନ୍ନାଥ ପଣ୍ଡା ଓ ସାୟଦ ଦିଲଦାର, ଆଟେଣ୍ଡାଣ୍ଟ ହେମଲତା ସେଠୀ ଓ ବିଜୟ କୁମାର ବଳ ଦୂରତା ରକ୍ଷା କରି ରକ୍ତଦାତାମାନଙ୍କଠାରୁ ରକ୍ତ ସଂଗୃହ କରିଥିଲେ। ସଦର ଥାନାରେ କାର୍ଯ୍ୟରତ ପୋଲିସ ସବ୍‌ଇନ୍ସପେକ୍ଟର ସୁବ୍ରତ ବେହୁରା ସଙ୍ଗଠନର ଏଭଳି ପଦକ୍ଷେପକୁ ସ୍ବାଗତ କରିବା ସହ ପ୍ରଥମେ ରକ୍ତଦାନ କରିଥିଲେ। କାର୍ଯ୍ୟକ୍ରମରେ ସଙ୍ଗଠନର ଆବାହକ ସୁଶାନ୍ତ ପରିଡ଼ା, ସଭାପତି ବିସ୍ମିତ ରଞ୍ଜନ ଦାସ, ସମ୍ପାଦକ ରଣଜିତ୍‌ କୁମାର ପୃଷ୍ଟି ଓ ଆସିଷ୍ଟାଣ୍ଟ ମେଡ଼ିକାଲ କୋଡ଼ିନେଟର ଅନ୍ତର୍ଯ୍ୟାମୀ ବେହେରା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri