ରକ୍ତଭଣ୍ଡାରରେ ରକ୍ତ ଅଭାବ: ସ୍ବେଚ୍ଛାସେବୀ କଲେ ରକ୍ତଦାନ

ଲୋଇସିଂହା,୧୫।୪(ଡି.ଏନ.ଏ.): ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଓ ଲୋଇସିଂହା ବିଜୁ ଯୁବ ବାହିନୀର ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ଜିଲା ଲୋଇସିଂହାଠାରେ ସମାଜିକ ଦୂରତା ରକ୍ଷା କରି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଢୋଲମହୁଲଠାରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନରେ ୩୩ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଲକଡାଉନ ପରିସ୍ଥିତିରେ ବଲାଙ୍ଗୀର ରକ୍ତ ଭଣ୍ଡାରରେ ରକ୍ତର ଅଭାବ ଦେଖାଦେଇଛି। ରକ୍ତା ଅଭାବ ରକ୍ତିଶିକୁଳି ଓ ପ୍ରସୂତି ମହିଳାଙ୍କ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିଛି। ରକ୍ତ ଅଭାବ ସମସ୍ୟାକୁ ଦୂର ପାଇଁ ଏହି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ବିଙ୍ଗହ୍ୟୁମାନ ଫାଉନଣ୍ଡେଶନର ସଭାପତି ସୋମନାଥ ମିଶ୍ର, ବିଜେଡି ରାଜ୍ୟ ପରିଷଦଦ ସଭ୍ୟ ନିହାର ରଞ୍ଜନ ବେହେରା, ଯୁବବାହିନୀ ଜିଲା ସଂଯୋଜକ ରାଜେନ୍ଦ୍ର ଝାଙ୍କରଙ୍କ ନେତୃତ୍ୱରେ ଯୁବବାହିନୀ ସ୍ବେଚ୍ଛାସେବୀ ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ। ଶିବିରକୁ ଡା ସନ୍ଧ୍ୟାରାଣୀ ସାହୁ, ରଞ୍ଜନ ବରାଡ, ଦୁର୍ଗାପ୍ରସାଦ ଆଚାର୍ଯ୍ୟ, ଏସ.କେ. ଅବଦୁଲ ଅସରଫ, କେଶବ ଶାଣ୍ଢ, ସୁଶୀଲ ସୁନା ଓ ଉପେନ୍ଦ୍ର ସେଠ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri