ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି। ଉପଯୁକ୍ତ ଭିତ୍ତିଭୂମି ଅଭାବ ପାଇଁ ଯେଉଁ ଅଞ୍ଚଳରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇପାରୁ ନ ଥିବ ସେହି ସ୍ଥାନଗୁଡ଼ିକରେ ରକ୍ତଦାତାଙ୍କ ସୁବିଧା, ନିରାପଦ ରକ୍ତ ସଂଗ୍ରହ, ସଂଗୃହୀତ ରକ୍ତର ସ୍ଥାନାନ୍ତରୀକରଣ ଏବଂ ଦୁର୍ଗମ ଅଞ୍ଚଳରେ ସୁବିଧାରେ ରକ୍ତ ଉପଲବ୍ଧ କରାଇବା ଲକ୍ଷ୍ୟ ନେଇ ଏହି ସେବା ଆରମ୍ଭ ହୋଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହାର ଶୁଭାରମ୍ଭ କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ୯ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ କିଣାଯାଇଥିବାବେଳେ ସେଗୁଡ଼ିକୁ କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ୍‌, ବୁର୍ଲାସ୍ଥିତ ଭିମ୍‌ସାର, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ କଲେଜ ଓ ହସ୍ପିଟାଲ, କୋରାପୁଟ ଏସ୍‌ଏଲ୍‌ଏନ୍‌ ମେଡିକାଲ କଲେଜ ଓ ହସ୍ପିଟାଲ୍‌, ବାରିପଦା ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲ, ବଲାଙ୍ଗୀର ବି.ବି. ମେଡିକାଲ କଲେଜ ଓ ହସ୍ପିଟାଲ, ବାଲେଶ୍ୱର ଏଫ୍‌ଏମ୍‌ ମେଡିକାଲ୍‌ କଲେଜ ଓ ହସ୍ପିଟାଲ, ବରଗଡ଼ ଡିଏଚ୍‌ଏଚ୍‌ ଏବଂ ରାଉରକେଲା ଆର୍‌ଜିଏଚ୍‌କୁ ପଠାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ଅଧିକ ଭ୍ରାମ୍ୟମାଣ ଗାଡ଼ି କିଣାଯାଇ ଅନ୍ୟ ଅଞ୍ଚଳରେ ମଧ୍ୟ ଏହି ସେବା ଉପଲବ୍ଧ କରାଯିବ। ଅନ୍ୟପକ୍ଷରେ କିଣାଯାଇଥିବା ସମସ୍ତ ଯାନରେ ରକ୍ତସଂଗ୍ରହ ଏବଂ ସଂଗୃହୀତ ରକ୍ତର ସ୍ଥାନାନ୍ତରୀକରଣ ନିମନ୍ତେ ଆବଶ୍ୟକୀୟ ସମସ୍ତ ଉପକରଣ ଏବଂ ଯନ୍ତ୍ରପାତି ଉପଲବ୍ଧ କରାଯାଇଛି।
ଆବଶ୍ୟକ ସମୟରେ ବିଶୁଦ୍ଧ ରକ୍ତର ଆବଶ୍ୟକତା ପୂରଣ କରିବା ଏବଂ ରୋଗୀଙ୍କ ପାଇଁ ବିଶୁଦ୍ଧ ରକ୍ତ ଉପଲବ୍ଧ କରିବା ଉଦ୍ଦେଶ୍ୟରେ ବର୍ତ୍ତମାନ ୫୬ ସରକାରୀ ରକ୍ତଭଣ୍ଡାର ସହ ଗୋଟିଏ କେନ୍ଦ୍ରୀୟ ରେଡ୍‌କ୍ରସ ରକ୍ତଭଣ୍ଡାର ଓଡ଼ିଶାରେ କାର୍ଯ୍ୟକ୍ଷମ ଅଛି। ୨୦୧୮ରେ ସଂଗୃହୀତ ମୋଟ ୪,୫୫,୦୬୦ ୟୁନିଟ୍‌ ମଧ୍ୟରୁ ୨,୯୨,୧୭୧ ୟୁନିଟ୍‌ ସ୍ବେଚ୍ଛାକୃତ ଭାବେ ସଂଗୃହୀତ ହୋଇଥିବା ସୂଚନା ମିଳିଛି। ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ ଅବସରରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ, ରାଜ୍ୟ ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଜାମିନୀ ଷଡଙ୍ଗୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଗୁହା ପୁନମ୍‌ ତାପସ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri