ରକ୍ତ ଅଭାବ ଦୂର ପାଇଁ ପୋଲିସ, ସ୍ବେଚ୍ଛାସେବୀ ଆୟୋଜନ କଲେ ଶିବିର

ସୋନପୁର, ୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଗତ ୨୪ତାରିଖ ମଧ୍ୟରାତ୍ରରୁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। ଜରୁରି କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସ୍ଥିତିରେ ସୁବର୍ଣ୍ଣପୁର ଜିଲାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇ ପାରୁ ନ ଥିଲା। ଲୋକେ ମଧ୍ୟ ସ୍ବେଚ୍ଛାକୃତ ରକ୍ତଦାନ ପାଇଁ ଭୟରେ ବ୍ଲଡବ୍ୟାଙ୍କକୁ ଆସି ପାରୁ ନ ଥିଲେ। ବ୍ଲଡବ୍ୟାଙ୍କରେ ରକ୍ତ ଅଭାବକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ପୋଲିସ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନମାନେ ରକ୍ତଦାନ ଶିବିର ଆୟୋଜନ ପାଇଁ ଅଣ୍ଟା ଭିଡିଛନ୍ତି । ସୋମବାର ପଟାଭାଡିସ୍ଥିତ କୋସଲ ଉଚ୍ଚ ବିଦ୍ୟାଳୟ ଓ ପତଞ୍ଜଳୀ ଯୁବା ଭାରତ ସଂଗଠନର ମିଳିତ ଆୟୋଜନରେ ବିଦ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅୟୋଜନ ହୋଇଥିଲା। ଏଥିରେ ମୋଟ ୨୦ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଦିଲ୍ଳିପ କୁମାର ପଣ୍ଡା, ସାମାଜିକକର୍ମୀ ଶ୍ରୀବତ୍ସ ମଲ୍ଳିକ, ପିତାମ୍ବର ମହାପାତ୍ର, ପତଞ୍ଜଳି ଯୁବା ଭାରତର ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ମନୋଜ ପଣ୍ଡା, ସତ୍ୟବାନ ମିଶ୍ର, ଲକ୍ଷ୍ମଣ ପ୍ରଧାନ, ବିଦ୍ୟାଳୟର ସମ୍ପାଦକ ସଞ୍ଜୟ ସାହୁ, ଯୁବ ରେଡକ୍ରସର ଜିଲା ସଂଯୋଜକ ଅଧ୍ୟାପକ ଉମାକାନ୍ତ ନାଗ ଓ ରାମଭକ୍ତ ଷଡଙ୍ଗୀ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। କୋସଲ ଆବାସିକ ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ପରମାନନ୍ଦ ନାଏକ, ରଞ୍ଜନ ବୁଡେକ, ସତ୍ୟପ୍ରିୟ ବିଶି, ଯୋଗେଶ୍ୱର ଭୋଇ ପ୍ରମୁଖ ଶିବିର ଆୟୋଜନରେ ସହଯୋଗ କରିଥିଲେ। ବ୍ଲଡବ୍ୟାଙ୍କ ଅଧିକାରୀ ଡାକ୍ତର ଦୁର୍ଗାଦତ୍ତ ଦାସ, ସୁବାସ ଚନ୍ଦ୍ର ପଣ୍ଡା, ଜଗତ ଦରଓ୍ବାନ ଓ ଯାଜ୍ଞସେନୀ ଭୋଇ ରକ୍ତ ସଂଗ୍ରହ କରିଥିଲେ । ସେହିପରି ସୁବର୍ଣ୍ଣପୁର ଜିଲା ପୋଲିସ ପକ୍ଷରୁ ସୋମବାର ଟାଉନ ଥାନା ପରିସରରେ ଆୟୋଜିତ ଶିବିରର ଦ୍ୱିତୀୟ ଦିବସରେ ୨୫ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri