ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ ଜୀବନ ବଞ୍ଚାଇଛନ୍ତି ୧୦୮ ଆମ୍ବୁଲାନ୍ସର ଜଣେ ଫାର୍ମାସିଷ୍ଟ ସମୀର କୁମାର ତ୍ରିପାଠୀ। ଗର୍ଭବତୀ ମହିଳାଙ୍କ ଜୀବନ ବଞ୍ଚାଇ ମାନବିକତାର ପରିଚୟ ଦେଇଥିବା ସମୀରଙ୍କ ଏହି ମହତ୍‌ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ତାଙ୍କ ପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ରେ କହିଛନ୍ତି, ମାଲ୍‌କାନଗିରି ଖଇରପୁଟର ୧୦୮ ଆମ୍ବୁଲାନ୍ସ ଫାର୍ମାସିଷ୍ଟ ସମୀର ଜଣେ ପ୍ରସୂତିଙ୍କ ଜୀବନ ରକ୍ଷା ପାଇଁ ରକ୍ତଦାନ କରିବା ସହ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନା ଆଣିବା ନିଃସ୍ବାର୍ଥପର ସେବା ଓ ମାନବିକତାର ପରିଚୟ। ତାଙ୍କର କର୍ତ୍ତବ୍ୟପରାୟଣତା ଏବଂ ନିଷ୍ଠାପର ସେବା ସମସ୍ତଙ୍କ ପାଇଁ ଉଦାହରଣ। ତାଙ୍କୁ ମୋର ସାଧୁବାଦ। ସୂଚନାଯୋଗ୍ୟ, ମାଥିଲି ବ୍ଲକ୍‌ ଅନ୍ତର୍ଗତ ବଡ଼ ରେଙ୍ଗାବେଡ଼ା ଗ୍ରାମର ରଘୁ ଦୁରୁଆଙ୍କ ସ୍ତ୍ରୀ ମଙ୍ଗୁଳିଙ୍କର ପ୍ରସବ ଯନ୍ତ୍ରଣା ହେବା ପରେ ତାଙ୍କୁ ନିକଟସ୍ଥ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଏକ ଶିଶୁକୁ ଜନ୍ମ ଦେଇଥିଲେ। କିନ୍ତୁ ଅତ୍ୟଧିକ ରକ୍ତସ୍ରାବ ହେବାରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ମଙ୍ଗୁଳିଙ୍କର ଏ ପଜିଟିଭ୍‌ ରକ୍ତର ଆବଶ୍ୟକ ଥିଲାବେଳେ ଅର୍ଥ ଅଭାବରୁ ତାଙ୍କ ସ୍ବାମୀ ରକ୍ତ କିଣି ପାରି ନ ଥିଲେ। ତେବେ ଏ ସମ୍ପର୍କରେ ଖବରପାଇ ମାଲ୍‌କାନଗିରିସ୍ଥିତ ଖଇରପୁଟର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ସମୀର କୁମାର ତ୍ରିପାଠୀ, ମଙ୍ଗୁଳିଙ୍କୁ ରକ୍ତଦାନ କରିବାକୁ ଆଗେଇ ଆସିଥିଲେ। ସମୀର ଠିକ୍‌ ସମୟରେ ମାଥିଲି ପହଞ୍ଚି ରକ୍ତ ଦେଇଥିଲେ ଓ ମଙ୍ଗୁଳିଙ୍କ ଜୀବନ ବଞ୍ଚାଇଥିଲେ। ରକ୍ତ ଦେବା ପରେ ମଙ୍ଗୁଳି ଏବେ ସୁସ୍ଥ ଅଛନ୍ତି। ମଙ୍ଗୁଳିଙ୍କୁ ଆବଶ୍ୟକ ସମୟରେ ରକ୍ତଦାନ କରି ତାଙ୍କ ଜୀବନ ବଞ୍ଚାଇଥିବାରୁ ସମୀର ଖୁବ୍‌ ପ୍ରଶଂସିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri