ରକ୍ତ ପରୀକ୍ଷା ସୂଚାଇବ କରୋନା ସଂକ୍ରମଣର ଭୟାବହତା

ନ୍ୟୁୟର୍କ,୨୨।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। ତେବେ ନ୍ୟୁୟର୍କ ସିଟିରେ ଥିବା ଇସାହନ୍‌ ସ୍କୁଲ୍‌ ଅଫ୍‌ ମେଡ଼ିସିନ୍‌ର ଗବେଷକଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣା ରିପୋର୍ଟରେ କରୋନା ସଂକ୍ରମଣର ଭୟାବହତା ସମ୍ପର୍କରେ ତଥ୍ୟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ଯେଉଁ ବ୍ୟକ୍ତିଙ୍କ ରକ୍ତରେ ଟେଲଟାଲେ ଆଣ୍ଟିବଡ଼ି ରହିଥାଏ ସେଭଳି ଲୋକଙ୍କଠାରେ କରୋନା ସଂକ୍ରମଣ ହେବାର ଆଶଙ୍କା ଅଧିକ ରହିଥାଏ। ଏଚ୍‌ଆଇଭି ଏଡସ୍‌ ଭୂତାଣୁ ଭଳି କରୋନା ଭୂତାଣୁ ମଧ୍ୟ ଟେଲଟାଲେ ଆଣ୍ଟିବଡ଼ି ଉପସ୍ଥିତିରେ ଶୀଘ୍ର ବଂଶ ବିସ୍ତାର କରିଥାଏ। କରୋନା ଏଡସ୍‌ ଭୂତାଣ ଭଳି ମନୁଷ୍ୟର ରୋଗ ପ୍ରତିରୋଧକ ଶକ୍ତିକୁ ହ୍ରାସ କରିଥାଏ। ନାଶା ରନ୍ଧ୍ରରୁ ଶ୍ୱାସନଳୀ ସଂକ୍ରମଣ ପରେ ଫୁସଫୁସ୍‌କୁ ସଂକ୍ରମିତ କରିଥାଏ। ଏହାପରେ ଲିଭରର ସ୍ବାଭାବିକ କାର୍ଯ୍ୟକାରିତାକୁ ପ୍ରଭାବିତ କରେ। ପରବର୍ତ୍ତୀ ସମୟରେ କିଡ୍‌ନୀ ଉପରେ ମଧ୍ୟ ପ୍ରଭାବ ପଡ଼ିଥାଏ। ଶେଷରେ ମଲ୍ଟି ଅର୍ଗାନ ଫେଲ୍ୟୁର ଯୋଗୁ ସଂକ୍ରମିତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥାଏ। କରୋନାଠାରୁ କେବଳ ସଚେତନା ଦ୍ୱାରା ହିଁ ଦୂରେଇ ହେବ। ତେଣୁ ଏହାର ଭୟାବହତା ସମ୍ପର୍କରେ ଅବଗତ ହୋଇ ପୃଥିବୀର ବିଭିନ୍ନ ଦେଶର ସରକାର ଲକ୍‌ଡାଉନ୍‌ ସ୍ଥିତି ପ୍ରଣୟନ ଉପରେ ଗୁରୁତ୍ୱାରୋପ କରିବା ଆବଶ୍ୟକ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri