ରକ୍ଷଣାବେକ୍ଷଣ ଅଭାବରୁ ରାଜସ୍ବ ବଙ୍ଗଳା ପାଲଟିଛି ଭୂତକୋଠି: ମରାମତି, ପୁନଃ କାର୍ଯ୍ୟକ୍ଷମ ନିମନ୍ତେ ଦାବି

ଖଣ୍ଡପଡ଼ା,୩୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରଠାରୁ ଅନତି ଦୂରରେ ରାଜସ୍ବ ବିଭାଗର ଡାକ ବଙ୍ଗଳା ଏବେ ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠିରେ ପରିଣତ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ଦୀର୍ଘ ୭୦ ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ଖଣ୍ଡପଡ଼ା-ନୟାଗଡ଼ ପୂର୍ତ୍ତ ବିଭାଗ ମୁଖ୍ୟରାସ୍ତା ପାର୍ଶ୍ୱରେ ଅବସ୍ଥିତ ଏହି ବଙ୍ଗଳାଟି ବର୍ତ୍ତମାନ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଥିବାରୁ ପର୍ଯ୍ୟଟକ ଓ ସାଧାରଣଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଭାପୁର ତହସିଲ ଅଧୀନ ବାଘୁଆପଲ୍ଲୀ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଉକ୍ତ ବଙ୍ଗଳାରେ ଦୀର୍ଘବର୍ଷଧରି କାର୍ଯ୍ୟ କରୁଥିଲା। ମାତ୍ର ପରବର୍ତ୍ତୀ ସମୟରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନୂତନ ଗୃହକୁ ସ୍ଥାନାନ୍ତରିତ ହେବା ପରେ ବଙ୍ଗଳାଟିରେ ତାଲା ଝୁଲାଇ ଦିଆଗଲା ା ଏବେ ଅନାବନା ଗଛଲତାରେ ପୂର୍ଣ୍ଣ କୋଠାଟି ସରୀସୃପଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଉଲ୍ଲେଖଯୋଗ୍ୟ, ଅତୀତରେ ରାଜ୍ୟ ସରକାରଙ୍କ ପଦସ୍ଥ ଅଧିକାରୀ ଓ ପର୍ଯ୍ୟଟକମାନେ ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଜଙ୍ଗଲ ପରିବେଶ ମଧ୍ୟରେ ଥିବା ବଙ୍ଗଳାରେ ରାତ୍ରଯାପନ କରୁଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ କୋଠାଟି ଧୀରେ ଧୀରେ ଭାଙ୍ଗିରୁଜି ଯିବାବେଳେ ଏହାର ମରାମତି କରାଯାଇ ନ ଥିଲା। ବଙ୍ଗଳା ସମ୍ମୁଖସ୍ଥ ନଳକୂପଟି ଗଛଲତା ମଧ୍ୟରେ ଏବେ ଅଚଳ ଅବସ୍ଥାରେ ପଡ଼ିରହିଛି। ଉକ୍ତ ରାସ୍ତାଦେଇ ଜିଲାପାଳଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ପଦସ୍ଥ ଅଧିକାରୀମାନେ ଯାତାୟାତ କରୁଥିଲେ ମଧ୍ୟ ବଙ୍ଗଳାଟି ପ୍ରତି କାହାର ଦୃଷ୍ଟି ପଡ଼ିବା ଦୁର୍ଭାଗ୍ୟଜନକ ବୋଲି ଲୋକେ କହୁଛନ୍ତି। ପ୍ରଶାସନିକ ଉଦାସୀନତା ଓ ଅବହେଳା ଯୋଗୁ ସୁନ୍ଦର ବଙ୍ଗଳାଟି ଏବେ ସମ୍ପୂର୍ଣ୍ଣ ନଷ୍ଟ ହେବାକୁ ଯାଉଛି। ତେଣୁ ରାଜସ୍ବ ବିଭାଗ ପକ୍ଷରୁ ଏହାକୁ ମରାମତି କରି ପୁନଃ କାର୍ଯ୍ୟକ୍ଷମ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri