ରକ୍ଷଣାବେକ୍ଷଣ ଅଭାବ, ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ମରାମତି ହୋଇନାହିଁ: ମରଣଯନ୍ତ୍ରା ପାଲଟିଛି ନୂଆଗୁଡା-ଭେଜିପଦର ରାସ୍ତା

ଜୁନାଗଡ,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନୂଆଗୁଡା-ଭେଜିପଦର ଗ୍ରାମକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ରକ୍ଷଣାବେକ୍ଷଣ ଅଭାବ ଏବେ ମରଣଯନ୍ତ୍ରା ପାଲଟିଛି। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରାସ୍ତା ମରାମତି କରାଯାଇ ନ ଥିବାରୁ ଏପରି ହୋଇଥିବା ଜଣାପଡିଛି। ଏହାକୁ ନେଇ ଉଭୟ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ରାସ୍ତାସାରା ବଡ ବଡ ଖାଲ ହେବାସହ ଗୋଟିଏ ସ୍ଥାନରେ ଗତ କିଛି ମାସ ହେବ ବଡ ଗର୍ତ୍ତ ହୋଇଛି। ରାସ୍ତାର ଏପରି ଅବସ୍ଥା ଯୋଗୁ ସ୍ଥାନୀୟ ଲୋକେ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏପରିକି ଗାଡିମୋଟର ଚାଳକମାନେ ଉକ୍ତ ରାସ୍ତାରେ ଯାତାୟାତ କରିବା ଏବେ ବନ୍ଦ କରିଦେଇଛନ୍ତି। ଫଳରେ ସେମାନେ ଏବେ ଯମୁନାବାହାଲ (କ) ଗ୍ରାମ ଦେଇ ବୁଲି ଯମୁନାବାହାଲ, ଭେଜିପଦର, ମିଚାଗଁା, ଆଟିଗଁା ଓ ତଳମଲା ଆଦି ଗ୍ରାମକୁ ଯାଉଛନ୍ତି। ଏହି ରାସ୍ତା ଉପରେ ଚିଚୈଗୁଡା ପଞ୍ଚାୟତ ସମେତ କଳିଆକୁଣ୍ଡଲ, ଆଟିଗଁା ଓ ତଳମଲା ଆଦି ୪ଟି ପଞ୍ଚାୟତ ପ୍ରାୟ ୨୦ ହଜାରରୁ ଊଦ୍ଧ୍ୱର୍ର୍ ଜନସାଧାରଣ ନିର୍ଭର କରିଥାନ୍ତି। ଦୀର୍ଘଦିନ ହେବ ରାସ୍ତା ମରାମତି ପାଇଁ ସ୍ଥାନୀୟ ଲୋକେ ପ୍ରଶାସନ, ରାଜନେତାଙ୍କୁ ଦାବି ଜଣାଉଥିଲେ ମଧ୍ୟ କିଛି ସୁଫଳ ମିଳିପାରୁନାହଁି। ଏହି ରାସ୍ତା ବ୍ଲକ ଅଧୀନରେ ଥିବାବେଳେ ଦୀର୍ଘ ୧୦ବର୍ଷରୁ ଊର୍ଦ୍ଧ୍ୱ ପରେ ବି ମରାମତି ଦିଗରେ ବ୍ଲକ ପ୍ରଶାସନ ଦୃଷ୍ଟି ନ ଦେବା ସାଧାରଣରେ ଆଶ୍ଚର୍ଯ୍ୟର ବିଷୟ। ଏ ନେଇ ବ୍ଲକ ସହକାରୀ ଯନ୍ତ୍ରୀ ଗୋବିନ୍ଦ ବଲ୍ଲଭ ମହାରଣାଙ୍କୁ ପଚାରିବାରୁ ରାସ୍ତାର ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri