ବ୍ରହ୍ମପୁର ଅଫିସ, ୧୦ା୮-ଗଞ୍ଜାମ ଜିଲାକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କରିବା ପାଇଁ ବ୍ରହ୍ମପୁର ଆମ୍ବପୁଆଠାରେ ନିର୍ମାଣ ହେବାକୁ ଥିବା ରାଜ୍ୟର ପ୍ରଥମ ରକ୍ ଗାର୍ଡେନ (ଶିଳାକୃତି ପ୍ରଦର୍ଶନସ୍ଥଳ) ସ୍ବପ୍ନ ବାସ୍ତବ ରୂପ ନେବ। ଏଥିପାଇଁ ଚିହ୍ନଟ ୯ ଏକର ଜାଗା ଚାରିପଟେ ପ୍ରାୟ ଦେଢ଼ବର୍ଷ ତଳୁ ପାଚେରି ନିର୍ମାଣ ହୋଇଥିଲା। ରକ୍ ଗାର୍ଡେନ ପାଇଁ ପ୍ରାୟ ୮.୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ଚଳିତ ମାସ ଶେଷ ସୁଦ୍ଧା ଏହାର ଟେଣ୍ଡର ଆରମ୍ଭ କରିବାକୁ ଶୁକ୍ରବାର ବ୍ରହ୍ମପୁର ଉନ୍ନୟନ କତ୍ତୃପକ୍ଷ(ବିଡିଏ)ର ସ୍ବତନ୍ତ୍ର ବୈଠକରେ ନିଷ୍ପତ୍ତି ହୋଇଛି।
ସମ୍ମିଳନୀ କକ୍ଷରେ ଉପାଧ୍ୟକ୍ଷ ତଥା ବ୍ରହ୍ମପୁର ମହାନଗର ନିଗମ(ବିଏମସି) କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସ୍ବତନ୍ତ୍ର ବୈଠକରେ ବ୍ରହ୍ମପୁରରେ ନିର୍ମାଣ ହେବାକୁ ଥିବା ରାଜ୍ୟର ଏହି ପ୍ରଥମ ରକ୍ ଗାର୍ଡେନ ପ୍ରକଳ୍ପର ଅଗ୍ରଗତି ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ସହରରେ ବିଲ୍ଡିଂ ନିର୍ମାଣ ପାଇଁ ବିଡିଏ ପକ୍ଷରୁ ଆପୁ୍ରୁଭାଲ ପ୍ରଦାନ ଦିଗରେ ରହିଥିବା ସମସ୍ୟା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ସେପ୍ଟେମ୍ବର ୬ରେ ପେଣ୍ଡିଂ ରହିଥିବା ସମସ୍ତ ଆପ୍ରୁଭାଲ ସମସ୍ୟା ସମାଧାନ କରାଯିବ ବୋଲି କମିଶନର ସୂଚନା ଦେଇଥିଲେ। ଆଗକୁ ବିଲ୍ଡିଂ ଆପ୍ରୁଭାଲରେ ଯେଭଳି ବିଳମ୍ବ ନ ହେବ ସେଥିପାଇଁ ବିଡିଏ କାର୍ଯ୍ୟାଳୟରେ ଇ-ଅଫିସ ଖୋଲାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ସହରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ରେଲୱେ ଓଭରବ୍ରିଜ(ଆରଓବି) ତଳେ ବିଡିଏ ପକ୍ଷରୁ ବସିବା ନିମନ୍ତେ ବ୍ୟବସ୍ଥା, ପାର୍କିଂ, ଦେକାନ ଗୃହ ନିର୍ମାଣ କରାଯିବ। ବ୍ରହ୍ମପୁରରେ ୨୦୦୦, ଗୋପାଳପୁର ଓ ଛତ୍ରପୁରରେ ଆଗାମୀ ଦିନରେ ୧୦୦୦ ଚାରାରୋପଣ କରିବାକୁ ଯୋଜନା ରଖାଯାଇଛି।
ସୌନ୍ଦର୍ଯ୍ୟକରଣ ପାଇଁ ସହରର ସମସ୍ତ ଓପନ ସ୍ପେସରେ କନସେପ୍ଟ ପାର୍କ, ଚାରାରୋପଣ କରାଯିବାକୁ କୁହାଯାଇଥିଲା। ଗଞ୍ଜାମ ହାଟ ପ୍ରକଳ୍ପ ନେଇ ଆସନ୍ତା ୨୭ରେ ହେବାକୁ ଥିବା ସ୍ବତନ୍ତ୍ର ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଥିଲା। ବୈଠକରେ ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବିଡିଏ ସଚିବ ସମ୍ବିତ୍ ରାଉତ ଏବଂ ବିଡିଏର ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
‘ଶିକ୍ଷା ସଚେତନତା ରଥ’ ଉଦ୍ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫
ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…
Archives

