ରଖେ ହରି ତ ମାରେ କିଏ: ନଦୀରେ ୩ କି.ମି. ଭାସି ଯାଇ ବି ବଞ୍ଚିଗଲେ ବୃଦ୍ଧା

ବସ୍ତା, ୧।୧୦(ସ୍ବ.ପ୍ର.)-କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ବାହାର୍ଦ୍ଦା ଗ୍ରାମରେ। ଜଣେ ବୃଦ୍ଧା ନଦୀର ପ୍ରଖରସ୍ରୋତରେ ୩ କି.ମି. ପର୍ଯ୍ୟନ୍ତ ଭାସିଯାଇ ବଞ୍ଚିଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ ରବିବାର ରାତିରେ ଏହି ଗ୍ରାମର ବର୍ଣ୍ଣବାଳା ଭୋଇ (୯୦) ନାମ୍ନୀ ବୃଦ୍ଧା ରାତିରେ ଖାଇସାରି ଶୋଇଥିଲେ। ରାତି ପ୍ରାୟ ୧୧ଟା ବେଳେ ସେ ଘରେ ଶୋଇଥିବା ତାଙ୍କ ଘର ଲୋକେ ଦେଖିଥିଲେ। ହେଲେ ବୃଦ୍ଧାଜଣକ କୌଣସି କାରଣରୁ ତାଙ୍କ ଘର ପାର୍ଶ୍ୱରେ ଥିବା ନଦୀରେ ଭାସି ଯାଇଥିଲେ। ରାତିରେ ତାଙ୍କ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରି ପାଇ ନ ଥିଲେ। ପରେ ନଦୀତୁଠରେ ଏକ ଟର୍ଚ୍ଚ ଜଳୁଥିବା ଅବସ୍ଥାରେ ପଡିଥିବା ଦେଖି ବୃଦ୍ଧା ଜଣକ ନଦୀରେ ଭାସିଯାଇଥିବା ପରିବାର ଲୋକେ ସନ୍ଦେହ କରିଥିଲେ। ସୋମବାର ଭୋର୍‌ରେ ବୃଦ୍ଧାଙ୍କୁ କୁଡ଼ିଆ ପଞ୍ଚାୟତର ବେଲଶୁଣି ଗ୍ରାମ ମନ୍ଦିର ନିକଟରେ ଦେଖିବାକୁ ମିଳିଥିଲା। ଭୋର୍‌ରେ ମନ୍ଦିରକୁ ପୂଜା ପାଇଁ ଆସିଥିବା ପୂଜକ ବୃଦ୍ଧାଙ୍କ ଦେଖି ସ୍ଥାନୀୟ ଗ୍ରାମର ଯୁବନେତା ନୃସିଂହ ଚରଣ ଦାସଙ୍କୁ ଖବର ଦେଇଥିଲେ। ନୃସିଂହ ଓ ପୂଜକ ସରୋଜ କୁମାର ପଣ୍ଡା ତାଙ୍କୁ ଉଦ୍ଧାର କରିବା ସହ ମନ୍ଦିରରୁ ପୂଜା ଶାଢ଼ୀ ଆଣି ପିନ୍ଧିବାକୁ ଦେଇଥିଲେ। ଜଳକା ନଦୀରେ ବୃଦ୍ଧା ଜଣକ ଭାସି ଆସି ବେଲଶୁଣି ଗ୍ରାମ ପାଖରେ ଥିବା ସୁଇସ୍‌ ଗେଟ୍‌ ନିକଟରେ ଲାଗି କୌଶଳକ୍ରମେ ଉପରକୁ ଆସିଥିବା କହିଛନ୍ତି। ରାତିସାରା ପାଣିରେ ରହିବା ପରେ ବି ତାଙ୍କର କିଛି କ୍ଷତି ହୋଇ ନ ଥିବା ଦେଖି ଭଗବାନ ତାଙ୍କୁ ବଞ୍ଚାଇଦେଲେ ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri