ରଙ୍ଗବତୀ ଗୀତରେ ଝୁମିଲେ ଦର୍ଶକ

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ଅଇଁଠାପାଲି ପିଏଚଡି ପଡିଆଠାରେ ଚାଲିଥିବା ସମ୍ବଲପୁର ମହୋତ୍ସବ-୨୦୧୯ ରବିବାର ରାତିରେ ଉଦ୍‌ଯାପିତ ହୋଇଯାଇଛି । ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ ଓ ପ୍ରୀତିନନ୍ଦା ମିଶ୍ରଙ୍କ କଣ୍ଠରୁ ରଙ୍ଗବତୀ ଗୀତ ଝରି ପଡିଥିଲା । ସାରା ବିଶ୍ୱରେ ଖ୍ୟାତି ଅର୍ଜନ କରିଥିବା ଏହି ଲୋକଗୀତ ତାଳରେ ଦର୍ଶକ ଝୁମି ଉଠିଥିଲେ । ସେହିପରି ସମ୍ବଲପୁରୀଆ ବାବୁ ମଣ୍ଟୁ ଛୁରିଆଙ୍କ ଗୀତ ଦର୍ଶକଙ୍କ ମନ ମୋହିଥିଲା । ସମ୍ବଲପୁରୀଆ ବାବୁଙ୍କ ଗୀତ ଶୁଣିବା ପାଇଁ ସମ୍ବଲପୁର, ବୁର୍ଲା, ହୀରାକୁଦ, ରେଙ୍ଗାଲି, ମାନେଶ୍ୱର ଅଞ୍ଚଳରୁ ଶହସ୍ରାଧିକ ସ୍ରୋତାଙ୍କ ଭିଡ ଜମିଥିଲା । ଏଥିସହ ସମ୍ବଲପୁରୀ ପୋଷାକ ଫେଶନ ସୋ ମହୋତ୍ସବକୁ ସଂସ୍କୃତି ଓ ପରମ୍ପରାର ଝଲକ ଦେଇଥିଲା । ପୁଷ୍ପରାଜ ସୁନା, ପଦ୍ମିନୀ ପାଣିଗ୍ରାହୀ, ଦୁର୍ଗା ଦାଶ ଗୀତ ଗାଇ ଥିଲେ । ରଙ୍ଗଫରୁଆ ଓ କେନ୍ଦୁଝର ଅଦ୍ୟମ ଓଡିଶା ସ୍ପିଜା କଳାକାରମାନେ ସମ୍ବଲପୁରୀ ନୃତ୍ୟର ଫ୍ୟୁଜନ୍‌ ପରିବେଷଣ କରିଥିଲେ । ମହୋତ୍ସବ ମୁଖ୍ୟ ସଂଯୋଜକ ସପନ ମିଶ୍ରଙ୍କ ପରିଚାଳନାରେ ଉଦ୍‌ଯାପନୀ ଉତ୍ସବ ହୋଇଥିଲା । ରେଙ୍ଗାଲି ବିଧାୟକ ନାଉରୀ ନାୟକ ମୁଖ୍ୟଅତିଥି, ସମ୍ବଲପୁର ଜିଲା ପରିଷଦ ଅଧ୍ୟକ୍ଷ ରାଧେଶ୍ୟାମ ବାରିକ, ପ୍ରଫେସର ସାଧୁଚରଣ ପଣ୍ଡା, ସମ୍ବଲପୁର ପ୍ରେସ୍‌ କ୍ଲବ ସଭାପତି ତ୍ରିବିକ୍ରମ ପ୍ରଧାନ, ସୁବ୍ରତ ପାଣିଗ୍ରାହୀ, ଡା. ଶଙ୍କର ରାମଚନ୍ଦାନୀ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ଦେଇଥିଲେ । ଏହି ଅବସରରେ ଗୌତମ ମିଶ୍ରଙ୍କ ସମ୍ବଲପୁର ସିନେମା ଡିଭାଇନ୍‌ ଡକ୍ଟର ପୋଷ୍ଟର ଓ ଟ୍ରିଜର୍‌ ଉନ୍ମୋଚନ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri