ରଙ୍ଗ ବରଷିବ ଟୁପୁରୁ ଟୁପୁରୁ

ଚଳିତ ମାସ ୨୬ରେ ପରଦା ଉପରକୁ ଆସୁଛି ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ନେଇ ପ୍ରସ୍ତୁତ ତଥା ଜିତେନ୍ଦ୍ର ନାଥ ମହାପାତ୍ରଙ୍କ ନିର୍ଦ୍ଦେଶିତ ଓଡ଼ିଆ ସିନେମା ‘ରଙ୍ଗ ବରଷିବ ଟୁପୁରୁ ଟୁପୁରୁ’। କାହାଣୀ ଅନୁସାରେ, ପ୍ରେମ ପରି ଶବ୍ଦ ଯେ ଦିନେ ଦୁହିଙ୍କ ଭିତରେ ଶତ୍ରୁତାର ମୁଖ୍ୟ କାରଣ ସାଜିବ ତାହା କେବେ କଳ୍ପନା କରି ନ ଥିଲେ ଚନ୍ଦ୍ରଶେଖର ଆଉ ବିଜୟିନୀ। ସମୟକ୍ରମେ ଚନ୍ଦ୍ରଶେଖରଙ୍କ ପୁଅ ଆଦର୍ଶଙ୍କ ପ୍ରେମରେ ପଡ଼ିଯାଏ ବିଜୟିନୀଙ୍କ ଝିଆରୀ ଦିଶା । ବିଡ଼ମ୍ବନା, ଏଭଳି ପ୍ରେମରେ ପୁଣି ପୂର୍ବ ଶତ୍ରୁତା କଣ୍ଟାହୋଇ ଠିଆ ହୁଏ କି? ପ୍ରେମ ପାଇଁ ଏହି ପ୍ରେମୀଯୁଗଳ କ’ଣ ଘର ଲୋକଙ୍କୁ ଏଡ଼ାଇ ଦିଅନ୍ତି? ଏପରି ଅନେକ ପ୍ରଶ୍ନର ଉତ୍ତର ରହିଛି ଏହି ନୂଆ ଓଡ଼ିଆ ସିନେମାରେ। ଦର୍ଶକଙ୍କ ମନକୁ ଛୁଇଁଲା ଭଳି ଏକ ଭିନ୍ନଧରଣର ପ୍ରେମ କାହାଣୀକୁ ରଚନା କରିବା ସହ ଚିତ୍ରନାଟ୍ୟ, ସଂଳାପ ଲେଖିଛନ୍ତି ଜିତେନ୍ଦ୍ର। ଖାସ୍‌ କଥା ହେଲା, ନୂଆ ଯୋଡ଼ି ତାପସ-ସୁଶ୍ରୀ ରଥ ଏହି ଫିଲ୍ମରୁ ନିଜର ଓଲିଉଡ୍‌ କ୍ୟାରିୟର ଆରମ୍ଭ କରୁଛନ୍ତି। ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଏବଂ ଶ୍ରୀକାନ୍ତ ଗୌତମଙ୍କ ରଚିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ଅମରେନ୍ଦ୍ର ମହାନ୍ତି। କଣ୍ଠଦାନ କରିଛନ୍ତି ସତ୍ୟଜିତ, ଶୁଭମ୍‌, ଶଶାଙ୍କ, ଦୀପ୍ତିରେଖା, ଲଳିତା ଭଞ୍ଜ, ଅନ୍ତରା ଚକ୍ରବର୍ତ୍ତୀ ଓ ଚାମେଲି ମହାପାତ୍ର। ଏହି ନୂଆ ଯୋଡ଼ି ବ୍ୟତୀତ ମିହିର ଦାସ, ଅପରାଜିତା, ଅଶ୍ରୁମୋଚନ ମହାନ୍ତି, କିଶୋର ଖଣ୍ଡୁଆଳ, ସରୋଜ ଦାସ, ବିଜୁ ବଡ଼ଜେନା, ହର ରଥ ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri