ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ

ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି। ବାଲିଅନ୍ତା ଥାନା ପୋଲିସ ଅଭିଯୋଗକୁ ଭିତ୍ତିକରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୯ଟାରେ ମୁରଲୀଧର ଘର ସମ୍ମୁଖ ରାସ୍ତାରେ ଛିଡା ହୋଇଥିଲେ। ଏହି ସମୟରେ ଦୁଇଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ହଠାତ୍‌ ତାଙ୍କ ବେକରୁ ସୁନାଚେନ ଛିଣ୍ଡାଇନେଇ ଫେରାର ହୋଇଯାଇଥିଲେ। ବାଟରେ ଜଣେ ଯୁବକ ଦୁର୍ବୃତ୍ତଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ବନ୍ଧୁକ ଦେଖାଇ ଖସି ପଳାଇଥିଲେ। ଏହି ଦୁଇ ଦୁର୍ବୃତ୍ତଙ୍କ ଫଟୋ ସିସିକ୍ୟାମେରାରେ କଏଦ ହୋଇଛି। ଏ ନେଇ ମୁରଲୀଧର ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri