ରଜ ସଂକ୍ରାନ୍ତିରେ ମାନିଲେନି ଲକଡାଉନ୍‌

ଭଞ୍ଜନଗର,୧୬ା୬ (ଡି.ଏନ୍‌.ଏ.) – ଭଞ୍ଜନଗର ଅଞ୍ଚଳରେ ସଙ୍ଗରୋଧ କେନ୍ଦ୍ର ବାହାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଏଭଳି ସ୍ଥିତିରେ ଲୋକେ କାମ ପାଇଁ ହେଉ କି ଅନ୍ୟ କାରଣରୁ ଲକଡାଉନ୍‌ ନିୟମ ନ ମାନିବା ଚିନ୍ତାର ବିଷୟ ହୋଇଛି। ଜିଲାରେ ୩୦ ଯାଏ ଲକ୍‌ଡାଉନ୍‌ ଲାଗୁ ହୋଇଛି। ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡ଼ାଉନ ରହିଥିଲା। ସୋମବାର ରଜ ସଂକ୍ରାନ୍ତି ଥିବାରୁ ଲୋକେ ଲକ୍‌ଡାଉନ୍‌ ନିୟମକୁ ଫୁ କରି ଦେଇଥିବା ଦେଖାଯାଇଥିଲା। ସକାଳ ୭ଟାରୁ ୫ ଘଣ୍ଟା ପାଇଁ କେବଳ ଅତ୍ୟାବଶ୍ୟକ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଥିବାବେଳେ ଭଞ୍ଜନଗର ଅଞ୍ଚଳର ଅଧିକାଂଶ ମନ୍ଦିର ବେଆଇନ ଭାବେ ଖୋଲିଥିବା ଦେଖାଯାଇଥିଲା। ଢ଼ୁଢ଼ୁଆ ଶିବ ମନ୍ଦିରରେ ପୂଜା ଚାଲିଥିବା ବେଳେ ତହସିଲଦାର ଆଲୋକ ପ୍ରଧାନ ଅଚାନକ ସେଠାରେ ପହଞ୍ଚି ପୂଜା କରିବାକୁ ଯାଇଥିବା ଲୋକଙ୍କ ଉପରେ ଜରିମାନା ପକାଇଥିଲେ। ଏଥିସହ ପୂଜାରୀଙ୍କୁ ତାଗିଦ୍‌ କରିଥିଲେ। ସେହିଭଳି ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ତହସିଲଦାର ପ୍ରଧାନ, ଥାନା ଅଧିକାରୀ ସୁଦିପ୍ତ ସାହୁ ଲଣ୍ଡେଇସାହିର ୨ କୋଚିଂ ସେଣ୍ଟର ଉପରେ ସକାଳେ ଚଢ଼ାଉ କରିଥିଲେ। କୋଚିଂ ସେଣ୍ଟର ମାଲିକଙ୍କ ବିରୋଧରେ ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପ ଜିଲାପାଳ କହିଛନ୍ତି । ଏଥିସହ ସହରର ବିଭିନ୍ନ ଛକରେ ଉପଜିଲାପାଳଙ୍କ ନେତୃତ୍ୱରେ ବାଇକ୍‌ ଓ କାରରେ ଯାଉଥିବା ଲୋକଙ୍କୁ ଯାଞ୍ଚ କରାଯାଇଥିଲା । ଯେଉଁମାନେ କୋଭିଡ଼୍‌ ନିୟମ ଉଲ୍ଲଂଘନ କରିଥିଲେ ସେମାନଙ୍କ ଠାରୁ ଜରିମାନା ଆଦାୟ କରାଯାଇଥିଲା। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭଞ୍ଜନଗର ବ୍ଲକ ଓ ଏନଏସିରେ ସଙ୍ଗରୋଧ କେନ୍ଦ୍ର ବାହାରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୋମବାର ଚିହ୍ନଟ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣେ ରାଶନ ଦୋକାନ ମାଲିକ ଓ ଅନ୍ୟ ଜଣେ ସରକାରୀ କର୍ମଚାରୀ ଥିବା ଜଣାପଡ଼ିଛି। ତେବେ ପ୍ରଶାସନ ପକ୍ଷରୁ ଏନେଇ ଆନୁଷ୍ଠାନିକ ଭାବେ କିଛି କୁହାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri