ରଣକ୍ଷେତ୍ର ପାଲଟିଲା ରାଜମହଲ ଛକ: ପୋଲିସ-ଜନତା ମୁହାଁମୁହିଁ; ଲାଠିଚାର୍ଜ

ଭୁବନେଶ୍ୱର,୭।୯(ବ୍ୟୁରୋ): ରଣକ୍ଷେତ୍ର ପାଲଟିଛି ସ୍ଥାନୀୟ ରାଜମହଲ ଛକ। ନୂଆ ମୋଟର ଯାନ ନିୟମକୁ ବିରୋଧ ସହ ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ଅଭିଯୋଗ କରି ତାତିଛନ୍ତି ଲୋକେ। ପୋଲିସ ଗାଡ଼ି ସମେତ ବିଏମ୍‌ସି ଗାଡ଼ି ଓ ମୋ’ ବସ୍‌କୁ ଶନିବାର ଲୋକମାନେ ଅଟକାଇବା ସହ ହୋ-ହଲ୍ଲା କରିଛନ୍ତି। ତେବେ ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଛି। ଘଟଣାସ୍ଥଳରେ ପୋଲିସ କମିଶନର, ଡିଜିପିଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛନ୍ତି। ଏଥିସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛି। ତେବେ କିଛି ଲୋକେ ରାଜମହଲ ବ୍ରିଜ ଉପରୁ କାଚ ବୋତଲ ଫିଙ୍ଗୁଥିବା ଦେଖାଯାଇଛି। ଏଥିରେ କିଛି ପୋଲିସ କର୍ମୀ ଓ ଲୋକେ ଆହତ ହୋଇଥିବା ସୂଚନା ମିଳିଛି।

ମଧ୍ୟାହ୍ନରେ ସରକାରୀ ଗାଡ଼ିଗୁଡ଼ିକୁ ଅଟକାଇବା ସହ ଲୋକମାନେ ଆଗଜପତ୍ର ଠିକ୍‌ ଅଛି କି ନାହିଁ ଯାଞ୍ଚ କରିିଥିଲେ। ମୋ’ ବସ୍‌ରେ ମାତ୍ରାଧିକ ଯାତ୍ରୀ ଉଠାଉଥିବା, ଡ୍ରାଇଭର ସିଟ୍‌ ବେଲ୍ଟ ବାନ୍ଧି ନ ଥିବା ଏବଂ ପୋଲିସ ପାଟ୍ରୋଲିଂ ଗାଡ଼ିର କାଗଜପତ୍ର ଠିକ୍‌ ନ ଥିବା ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri