Posted inଖେଳ

ରଣଜୀ ଟ୍ରଫି କ୍ୱାର୍ଟରଫାଇନାଲରେ ବ୍ୟବହାର ହେବ ନାହିଁ ଡିଆରଏସ୍‌

ନୂଆଦିଲ୍ଲୀ,୧୮।୨- ରଣଜୀ ଟ୍ରଫି ନକଆଉଟ୍‌ରେ ସୀମିତ ଡିଆରଏସ୍‌ ବ୍ୟବହାର କରାଯିବ। ଫଳରେ କ୍ୱାର୍ଟର ଫାଇନାଲର କୌଣସି ମ୍ୟାଚ୍‌ ଡିଆରଏସ୍‌ ବ୍ୟବହାର ହେବ ନାହିଁ। କିନ୍ତୁ ଏହା ସେମିଫାଇନାଲ ଓ ଫାଇନାଲ ପାଇଁ ଉପଲବ୍ଧ ହେବ। ଏ ନେଇ ବିସିସିଆଇ ଜେନାରାଲ ମ୍ୟାନେଜର (ଅପରେଶନ୍ସ) ସବା କରିମ କହିଛନ୍ତି। ୪ କ୍ୱାର୍ଟର ଫାଇନାଲ ମଧ୍ୟରୁ କେବଳ ଦୁଇଟି ମ୍ୟାଚ୍‌ର ସିଧାପ୍ରସାରଣ କରାଯିବ। ଏଣୁ କ୍ୱାର୍ଟର ଫାଇନାଲରେ ଡିଆରଏସ୍‌ ବ୍ୟବହାର କରାଯିବ ନାହିଁ ସେ କହିଛନ୍ତି। ୨୦୧୮-୧୯ ସିଜନରେ ଅମ୍ପାୟରମାନେ ବହୁ ପରିମାଣରେ ତ୍ରୁଟି କରିଥିଲେ। ଏଥିଯୋଗୁ ଗତବର୍ଷ ଜୁନରେ ପ୍ରଶାସକ କମିଟି (ସିଓଏ) ଡିଆରଏସ୍‌ର ସୀମିତ ବ୍ୟବହାରକୁ ମଞ୍ଜୁର ଦେଇଥିଲେ। ଉଲ୍ଲେଖଯୋଗ୍ୟ, କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଓଡ଼ିଶା ଓ ବେଙ୍ଗଲ ମ୍ୟାଚ୍‌ ଏବଂ ଗୁଜରାଟ-ଗୋଆ ମ୍ୟାଚ୍‌ ହଟଷ୍ଟାର ଓ ଷ୍ଟାର ସ୍ପୋଟର୍‌ସ ଚ୍ୟାନେଲରେ ସିଧାପ୍ରସାରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri