ରଣପୁରରେ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା

ରଣପୁର,୧୪ା୫ (ସ୍ବ.ପ୍ର.)- ପୁରୀ ଶ୍ରୀମନ୍ଦିରରେ ଠାକୁରଙ୍କ ନୀତିକାନ୍ତି ସହ ସାମଞ୍ଜସ୍ୟ ରହୁଥିବା ରଣପୁର ଜଗନ୍ନାଥ ମନ୍ଦିରରେ ମଧ୍ୟ ବାରମାସରେ ତେରପର୍ବ ପାଳିତ ହୋଇଥାଏ। ତନ୍ମଧ୍ୟରୁ ଚନ୍ଦନ ଯାତ୍ରା ଅନ୍ୟତମ। ଠାକୁରଙ୍କ ଜଳକ୍ରୀଡାକୁ ଚନ୍ଦନ ଯାତ୍ରା କୁହାଯାଏ। ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ୨୧ଦିନ ଧରି ଅନୁଷ୍ଠିତ ହୋଇଥାଏ। ମନ୍ଦିରରେ ଥିବା ଦୋଳଗୋବିନ୍ଦଙ୍କ ସହିତ ପଞ୍ଚୁ ମହାଦେବ ବଧି ପୋଖରୀରେ ଜଳକ୍ରୀଡା କରିଥାନ୍ତି। ବୈଶାଖ ମାସର ଅସହ୍ୟ ରୌଦ୍ରତାପ ଠାକୁରମାନଙ୍କୁ ପ୍ରଭାବିତ କରିଥାଏ । ଏଥିରୁ ରକ୍ଷା ପାଇବା ପାଇଁ ଠାକୁରମାନେ ଜଳ କ୍ରୀଡା କରିବାର ପରମ୍ପରା କେଉଁ ଆବାହମାନ କାଳରୁ ରହିଛି ା ଏହି ପରମ୍ପରାକୁ ଦୃଷ୍ଟିରେ ରଖି ପ୍ରତ୍ୟହ ଅପରାହ୍ନରେ ଠାକୁରମାନେ ଜଗନ୍ନାଥ ମନ୍ଦିରଠାରୁ ଶୋଭାଯାତ୍ରାରେ ଆସି ବଧିପୋଖରୀରେ ଚାପ ଖେଳିଥାନ୍ତି। ଚଳିତବର୍ଷ ବାତ୍ୟା ଫନୀ ଯୋଗୁ ଶ୍ରୀ ଜୀଉଙ୍କ ଶୋଭାଯାତ୍ରା ଓ ଚାପ ଖେଳ ଆଡମ୍ବର ସହକାରେ ହେଉନାହିଁ ବୋଲି ଭକ୍ତମାନେ ପ୍ରକାଶ କରିଛନ୍ତି। ବଧି ପୁଷ୍କରିଣୀ ମଝିରେ ଥିବା ଚାପଘରେ ଠାକୁରମାନେ ଚାପ ଖେଳିଥାନ୍ତି। ସେଠାରେ ନୀତିକାନ୍ତି କରାଯାଇ ଠାକୁରମାନଙ୍କୁ ଜଗତି ଉପରେ ବିଜେ କରାଯାଇ ଜଳ ଲାଗି କରାଯାଇଥାଏ। ପରେ ଠାକୁରମାନଙ୍କ ବେଶ କରାଯାଇ ଶୀତଳ ମଣୋହି ପଞ୍ଚ ଉପଚାରରେ ପୂଜା ପାଇଥାନ୍ତି। ପୁନଶ୍ଚ ଠାକୁରମାନେ ବିଭିନ୍ନ ବେଶ ହୋଇ ଡଙ୍ଗାରେ ଚାପକ୍ରୀଡା କରିଥାନ୍ତି। ଏହା ଦେଖିବା ପାଇଁ ରାତ୍ରରେ ଆଖପାଖ ଅଞ୍ଚଳରୁ ବହୁ ଭକ୍ତଙ୍କ ସମାଗମ ହୋଇଥାଏ ା ମଧ୍ୟରାତ୍ରରେ ଠାକୁରମାନେ ମନ୍ଦିରକୁ ଫେରିଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri