ରଣପୁର ଏନ୍‌ଏସିରେ ପରିମଳ, ଷ୍ଟ୍ରିଟ ଲାଇଟ୍‌ରେ ଦୁର୍ନୀତି:ଭିଜିଲାନ୍ସ ଜବତ କଲା କାଗଜପତ୍ର

ରଣପୁର,୨୦ା୯(ସ୍ବ.ପ୍ର.): ରଣପୁର ଏନ୍‌ଏସିରେ ପରିମଳ ଓ ଷ୍ଟ୍ରିଟ ଲାଇଟ୍‌ରେ ଦୁର୍ନୀତି ହୋଇଥିବା ନେଇ ନୟାଗଡ଼ ଭିଜିଲାନ୍ସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି । ଭିଜିଲାନ୍ସ ଡିଏସ୍‌ପି ଶିଶିର ଭୋଇଙ୍କ ନେତୃତ୍ୱରେ ୬ ଜଣିଆ ଦଳ ଗୁରୁବାର ଏନ୍‌ଏସି କାର୍ଯ୍ୟାଳୟରେ ଚଢ଼ାଉ କରି ଏ ସମ୍ବନ୍ଧୀୟ କାଗଜପତ୍ର ଜବତ କରିଛନ୍ତି।
ରଣପୁର ସହରାଞ୍ଚଳକୁ ସରସସୁନ୍ଦର କରିବା ପାଇଁ ପ୍ରତି ମାସରେ ପରିମଳ ବାବଦକୁ ୪ରୁ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି। ୪୨ ଜଣ ସଫେଇ କର୍ମଚାରୀ ୧୫ ୱାର୍ଡକୁ ସଫା କରୁଛନ୍ତି। ପରିମଳ ବ୍ୟବସ୍ଥା ଘରୋଇକରଣ ହୋଇଥିଲେ ମଧ୍ୟ ଭଲ ସେବା ମିଳୁ ନାହିଁ। ବିଭିନ୍ନ ୱାର୍ଡରେ କୁଢ଼ କୁଢ଼ ଆବର୍ଜନା ଜମି ରହୁଛି। ବିପର୍ଯ୍ୟସ୍ତ ପରିମଳକୁ ନେଇ ବିଭିନ୍ନ ସମୟରେ ସହରବାସୀ ପ୍ରତିବାଦ କରୁଥିଲେ ମଧ୍ୟ ପ୍ରତିକାର ବ୍ୟବସ୍ଥା ହେଉ ନ ଥିଲା । କାଗଜପତ୍ରରେ ୪୨ ସଫେଇ କର୍ମଚାରୀ ଥିବାବେଳେ ବାସ୍ତବରେ ୧୨ରୁ ୧୫ଜଣଙ୍କୁ ପ୍ରତ୍ୟହ ଦେଖିବାକୁ ମିଳୁଛି । ଅନ୍ୟପକ୍ଷେ ନିମ୍ନମାନର ବିଦ୍ୟୁତ୍‌ ବଲ୍‌ବ ସମେତ ଉପକରଣ ବ୍ୟବହାର କରି ୨ଟି ପର୍ଯ୍ୟାୟରେ ପ୍ରାୟ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଷ୍ଟ୍ରିଟ ଲାଇଟ୍‌ରେ ଖର୍ଚ୍ଚ କରାଯାଇଛି। ହେଲେ ବଳବ୍‌ ଜଳୁ ନ ଥିବାରୁ ଅଧିକାଂଶ ୱାର୍ଡ ଅନ୍ଧାରରେ ରହୁଛି। ଡିଏସ୍‌ପି ଭୋଇ କୁହନ୍ତି, ରଣପୁର ଏନ୍‌ଏସିରେ ପରିମଳ ଓ ଷ୍ଟ୍ରିଟ ଲାଇଟ୍‌ରେ ଦୁର୍ନୀତି ହୋଇଥିବା ଅଭିଯୋଗ ଥିଲା। ଏହା ପରେ ଧରପଗଡ ଆରମ୍ଭ କରାଯାଇ ତଦନ୍ତ ତ୍ୱରାନ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri