ରଣପୁର,୭ା୯(ସ୍ବ.ପ୍ର.): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୟାଗଡ ଜିଲାର ରଣପୁର ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ବାଧ୍ୟ ହୋଇଛି । ଜାଲ ଦଲିଲରେ ପଟ୍ଟା କରିଥିବା ମୁଖ୍ୟ ଅଭିଯୁକ୍ତ ବିପିନଙ୍କ ସମେତ ରଣପୁର ଅତିରିକ୍ତ ତହସିଲଦାର ମାନସ ରାୟ ଓ ତହସିଲର ଅନ୍ୟ କର୍ମଚାରୀଙ୍କ ନଁ।ରେ ଆଇପିସି ଦଫା ୪୬୫, ୪୬୭, ୪୬୮, ୪୭୭(ଏ), ୪୨୦, ୨୯୪, ୫୦୬, ୧୨୦(ବି)ରେ ଗତ ୫ତାରିଖରେ ମାମଲା (ନଂ.୧୮୭/୧୯) ରୁଜୁ କରିଛି।
ଅଭିଯୋଗ ଅନୁସାରେ ରଣପୁର ତହସିଲ ବାଙ୍କପୁର ଗଁାର ସ୍ବର୍ଗତ ଦାଶରଥି ଜେନା ଓ କୁମୁଦିନୀ ଜେନାଙ୍କ ୨ ପୁଅ ଓ ୩ ଝିଅ ଅଛନ୍ତି। ଦାଶରଥି ଓ କୁମୁଦିନୀଙ୍କ ନଁାରେ ଥିବା ସମ୍ପତ୍ତି ବଡଭାଇ ବିପିନ ଜାଲିଆତି କରି ନିଜ ନଁାରେ କରାଇ ନେଇଥିଲେ। ପରେ ସେ ସାନଭାଇ ବିଜିନିଙ୍କୁ ଘରୁ ତଡି ଦେଇଥିଲେ। ବିଜିନି ଘଟଣାର ତଦନ୍ତ ପାଇଁ ରଣପୁର ସବ୍ରେଜିଷ୍ଟ୍ରାର କାର୍ଯ୍ୟାଳୟରୁ ଦଲିଲର ସାର୍ଟିଫାଏଡ୍ କପି ମାଗିଥିଲେ। ଏଥିରେ ଜାଲିଆତି କରି ଘରବାରି, କୋଠା ଓ ଜମିକୁ ବଡଭାଇ ନିଜ ନଁାରେ କରାଇ ନେଇଥିବା ବିଜିନି ଜାଣିପାରିଥିଲେ । ପରେ ସେ ୧୭।୧।୨୦୧୮ରେ ସୂଚନା ଅଧିକାର ଆଇନ ଅନୁସାରେ ତହସିଲ କାର୍ଯ୍ୟାଳୟକୁ ଜମି ଜାଲିଆତିର ପ୍ରମାଣ ମାଗିଥିଲେ। ହେଲେ ତହସିଲ କର୍ତ୍ତୃପକ୍ଷ ଚୁପ ରହିଥିଲେ । ପରେ ଜିଲାପାଳଙ୍କୁ ଅବଗତ କରାଇଥିଲେ ମଧ୍ୟ ସୁଫଳ ମିଳିଲା ନାହିଁ। ଏ ସମ୍ପର୍କରେ ୨୦୧୯ ଜାନୁୟାରୀ ୨୧ରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଥିଲା। ଏହାର ତଦନ୍ତ କରାଯାଇ ଜମି ପଟ୍ଟା ଖାରଜ ହୋଇଥିଲା। ଏପରି କି ଘରର ମୁଖିଆ ବାପାଙ୍କ ନଁାକୁ ସମ୍ପତ୍ତି ଚାଲି ଆସିଥିଲା। ହେଲେ ଆଇନଗତ ଦିଗକୁ ତହସିଲ କର୍ତ୍ତୃପକ୍ଷ ଭୁଲିଯାଇ ନୂଆ ପଟ୍ଟା ପ୍ରଦାନ କରି ଚୁପ ହୋଇ ରହିଗଲେ। ଅଭିଯୋଗକାରୀ ନ୍ୟାୟ ପାଇଁ ରଣପୁର ଥାନା ଓ ନୟାଗଡ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଥିଲେ । ହେଲେ ସୁଫଳ ମିଳି ନ ଥିଲା। ଶେଷରେ ବିଜିନି ହାଇକୋର୍ଟରେ ଆଶ୍ରୟ ନେଇଥିଲେ । ହାଇକୋର୍ଟ ଅଭିଯୋଗକୁ ଗ୍ରହଣ କରି କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ୪ ସପ୍ତାହ ମଧ୍ୟରେ ଜଣାଇବାକୁ ପିଆରଏଲ୍ଏନ୍ଟି ନଂ.୧୦୯୦/୨୮।୮।୨୦୧୯ରେ ମୁଖ୍ୟ ସଚିବ ଗୃହ ବିଭାଗ, ଡିଜିପି କଟକ, ନୟାଗଡ଼ ଏସ୍ପି, ରଣପୁର ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରଣପୁର ପୋଲିସ ବିଜିନିଙ୍କ ଅଭିଯୋଗକ୍ରମେ ମାମଲା ରୁଜୁ କରି ତଦନ୍ତ ତ୍ୱରାନ୍ବିତ କରିଛି। ଧରିତ୍ରୀ ଯୋଗୁ ତାଙ୍କୁ ନ୍ୟାୟ ମିଳିଲା ବୋଲି ବିଜିନି କହିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

