ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଏନ୍ଏସିରେ ଥିବା ସରକାରୀ ଡାକ୍ତରଖାନା ଔଷଧ ବିତରଣ କେନ୍ଦ୍ରରେ ମଙ୍ଗଳବାର ଫାର୍ମାସିଷ୍ଟଙ୍କ ବଦଳରେ ରୋଗୀଙ୍କୁ ରୋଷେୟା ଔଷଧ ଦେବା ଘଟଣା ଆଲୋଚନାର ବିଷୟ ହୋଇଥିଲା। ଏ ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିବାରୁ ଚିକିତ୍ସା କରୁଥିବା ଡାକ୍ତର ରୋଷେୟାଙ୍କୁ ଔଷଧ ଦେବାକୁ ବାରଣ କରିଥିଲେ। ଫଳରେ ଡାକ୍ତରଖାନାକୁ ଆସିଥିବା ରୋଗୀମାନେ ଔଷଧ ନ ପାଇ ହଇରାଣ ହୋଇଥିଲେ। କେତେଜଣ ରୋଗୀ ପଇସା ଖର୍ଚ୍ଚ କରି ବାହାର ଦୋକାନରୁ ଔଷଧ କିଣିବାକୁ ବାଧ୍ୟ ହୋଇଥିଲେ।
ପ୍ରକାଶ ଯେ, ରଣପୁର ସରକାରୀ ଡାକ୍ତରଖାନାରେ ଦୁଇଜଣ ଫାର୍ମାସିଷ୍ଟ ନିୟୋଜିତ ହୋଇଛନ୍ତି। ସେଥି ମଧ୍ୟରୁ ଜଣେ ଔଷଧ ଷ୍ଟକ ରୁମ୍ ଦାୟିତ୍ୱରେ ରହିଛନ୍ତି। ଅନ୍ୟ ଜଣେ ବିତରଣ କେନ୍ଦ୍ରରେ ରହି ଡାକ୍ତର ଲେଖିଥିବା ଚିଠା ଦେଖି ରୋଗୀଙ୍କୁ ଔଷଧ ଦେବାର ନିୟମ ରହିଛି। ଅଧିକାଂଶ ସମୟ ଫାର୍ମାସିଷ୍ଟମାନେ ଡାକ୍ତରଖାନାରେ ଅନୁପସ୍ଥିତ ରହୁଥିବାରୁ ରୋଗୀମାନେ ଔଷଧ ନେବାରେ ବହୁତ ହଇରାଣ ହୁଅନ୍ତି। ଡାକ୍ତରଖାନାର ଉଚ୍ଚ କର୍ତ୍ତୃପକ୍ଷ କିଛି ନ କହିବାରୁ ସେମାନେ ମନଇଚ୍ଛା କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି । ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟହ ସକାଳ ୮ଟାରୁ ଅପରାହ୍ଣ ୧୨ଟା ପର୍ଯ୍ୟନ୍ତ ଡାକ୍ତରଙ୍କ ଉପସ୍ଥିତିରେ ଏହି ବିତରଣ କେନ୍ଦ୍ରରେ ଫାର୍ମାସିଷ୍ଟ ଉପସ୍ଥିତ ରହିବେ। ହେଲେ ଡାକ୍ତରଖାନାରେ ଏହି ନିୟମର ଖୋଲା ଉଲ୍ଲଂଘନ କରାଯାଉଛି। ଡାକ୍ତର ଚିକିତ୍ସା କରି ରୋଗୀଙ୍କୁ ଔଷଧ ଚିଠା ଦେଉଥିଲା ବେଳେ ଫାର୍ମାସିଷ୍ଟ ଅନୁପସ୍ଥିତ ଯୋଗୁ ଅଧିକାଂଶ ସମୟରେ ରୋଷେୟା ଥିବା ପ୍ରଫୁଲ୍ଲ କୁମାର ଶତପଥୀ ରୋଗୀମାନଙ୍କୁ ଔଷଧ ପ୍ରଦାନ କରୁଛନ୍ତି। ତାଙ୍କର ଔଷଧ ସମ୍ବନ୍ଧରେ ଧାରଣା ନ ଥିଲାବେଳେ କିଭଳି ସେ ଏହି ଦାୟିତ୍ୱ ତୁଲାଉଛନ୍ତି ତାହା ତଦନ୍ତସାପେକ୍ଷ। ଯଦି ଭୁଲ୍ବଶତଃ କୌଣସି ରୋଗୀଙ୍କୁ ଡାକ୍ତର ଲେଖିଥିବା ଔଷଧ ବଦଳରେ ସେ ଅନ୍ୟ ଔଷଧ ଦିଅନ୍ତି ତେବେ ରୋଗୀର କ୍ଷତି ଘଟିବା ଯଥେଷ୍ଟ ସମ୍ଭାବନା ରହିଛି ବୋଲି ସାଧାରଣରେ ଆଲୋଚନା ହେଉଛି। ଡାକ୍ତରଖାନାର ଅଧିକାରୀମାନେ ଏହାକୁ ବାରଣ ନ କରିବା ସମସ୍ତଙ୍କୁ ଆଚମ୍ବିତ କରିଛ। ଏ ସମ୍ପର୍କରେ ଡାକ୍ତରଖାନାର ମୁଖ୍ୟ ଚିକିତ୍ସାଧିକାରୀ ଦାୟିତ୍ୱରେ ଥିବା ଡାକ୍ତର ବୈଦ୍ୟନାଥ ନନ୍ଦଙ୍କୁ ପଚାରିବାରୁ ସେ କୁହନ୍ତି, ମୁଁ ଏ ବିଷୟରେ ଜାଣିବା ପରେ ରୋଷେୟାଙ୍କୁ ଔଷଧ ଦେବା ପାଇଁ ମନା କରିଛି। କ’ଣ ପାଇଁ ଫାର୍ମାସିଷ୍ଟ ଅନୁପସ୍ଥିତ ଥିଲେ ତାଙ୍କୁ ପଚରାଯିବ। ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ଶ୍ୱେତ ମହାପାତ୍ର କହନ୍ତି, ରଣପୁର ଡାକ୍ତରଖାନାରେ ଦୁଇ ଜଣ ଫାର୍ମାସିଷ୍ଟ ନିୟୋଜିତ ହୋଇଛନ୍ତି। ସେମାନେ କ’ଣ ପାଇଁ ଅନୁପସ୍ଥିତ ଅଛନ୍ତି କୈଫିୟତ ତଲବ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
Posted inHome Middle, ଆମ ଜିଲା ଖବର View All
Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…
ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...
PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...
ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…
ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...
ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…
ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...
Archives


