ରଣବୀରଙ୍କ ଫିଲ୍ମ ‘୮୩’ର ଫାଷ୍ଟ ଲୁକ୍‌ ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ର ସିମ୍ବା ଷ୍ଟାର ଶନିବାର ନିଜର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ସ୍ବତନ୍ତ୍ର ଦିବସରେ ରଣବୀର ସିଂହ ତାଙ୍କର ଅପ୍‌କମିଂ ଫିଲ୍ମ ‘୮୩’ର ଫାଷ୍ଟ ଲୁକ୍‌ ଶେୟାର କରିଛନ୍ତି। ଏହି ଫିଲ୍ମରେ ଭାରତୀୟ କ୍ରିକେଟର ତଥା ହରିୟାଣାର ହରିକେନ କପିଲ ଦେବଙ୍କ ଲୁକ୍‌ର ପ୍ରଥମ ଫଟୋକୁ ରଣବୀର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ରଣବୀର ଅବିକଳ ଅଧିନାୟକ କପିଲ ଦେବଙ୍କ ଭଳି ଦେଖାଯାଉଛନ୍ତି। ତାଙ୍କ ଆଖିରେ କପିଲଙ୍କ ଭଳି ଜୋଶ୍‌ ଦେଖିବାକୁ ମିଳିଛି। ଫିଲ୍ମ ‘୮୩’ ହେଉଛି ୧୯୮୩ ବିଶ୍ୱକପ୍‌ କ୍ରିକେଟର କାହାଣୀ ଉପରେ ଆଧାରିତ। ଯେଉଁ ବର୍ଷ ଭାରତ ବିଶ୍ୱକପ୍‌ ଜିତିଥିଲା। ଆଉ ସେତେବେଳେ ଭାରତୀୟ ଦଳର ଅଧିନାୟକ ଥିଲେ କପିଲ ଦେବ। ତାଙ୍କ ନେତୃତ୍ୱରେ ଦଳ କେମିତି ବିଶ୍ୱକପ ଜିତିଲା ତାକୁ ନେଇ ଫିଲ୍ମଟିର କାହାଣୀ ଗତିଶୀଳ ହୋଇଛି।

ଏଥିରେ ରଣବୀର କପିଲଙ୍କ ଭୂମିକାରେ ନଜର ଆସିବାକୁ ଥିବା ବେଳେ ତାଙ୍କ ବିପକ୍ଷରେ ଦୀପିକାଙ୍କୁ କପିଲଙ୍କ ପତ୍ନୀ ରୋମି ଦେବୀଙ୍କ ଚରିତ୍ରରେ ଦେଖିବାକୁ ମିଳିବ। ଏହି ଫିଲ୍ମରେ ନିଜ ଚରିତ୍ରକୁ ଜୀବନ୍ତ କରିବା ଲାଗି କପିଲଙ୍କ ଗେଟ୍‌ଅପ୍‌, ଚାଲିଚଳଣ, କଥାବାର୍ତ୍ତା ଆଦିକୁ ଶିଖିବା ପାଇଁ ଫୁଲ ଦମ୍‌ରେ ଲାଗି ପଡ଼ିଛନ୍ତି ରଣବୀର। ଫିଲ୍ମର ଶୁଟିଂ ପାଇଁ ରଣବୀର ଓ ଦୀପିକା ଏବେ ଇଂଲଣ୍ଡରେ ଅଛନ୍ତି। କପିଲଙ୍କ ଚରିତ୍ରକୁ ଭଲଭାବରେ ଆପଣାଇବା ପାଇଁ ରଣବୀର ତାଙ୍କ ଘରେ ୧୦ ଦିନ ପର୍ଯ୍ୟନ୍ତ ରହିଥିଲେ। ଏଥିସହ ପୂର୍ବତନ କ୍ରିକେଟର ବଲବିନ୍ଦର ସିଂହ ସନ୍ଧୁଙ୍କଠାରୁ ରଣବୀର ଓ ତାଙ୍କ ଟିମ୍‌ ଟ୍ରେନିଂ ନେଇଥିଲେ। ଫିଲ୍ମର ପ୍ରଡକ୍ସନ ଭାର କବିର ଖାଁ ଓ ଦୀପିକା ପାଦୁକୋନ ସମ୍ଭାଳୁଥିବା ବେଳେ ୨୦୨୦ ଏପ୍ରିଲ ୧୦କୁ ଏହି ଫିଲ୍ମ ପରଦାକୁ ଆସିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri