Posted inଖେଳ

ରଣ୍‌ଜୀ ଦ୍ୱିତୀୟ ରାଉଣ୍ଡ: ଓଡ଼ିଶାର ଇନିଂସ ବିଜୟ

ଭୁବନେଶ୍ୱର,୨୦।୧୨- ସ୍ଥାନୀୟ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ସର୍ଭିସେସ୍‌ ବିପକ୍ଷ ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଏକ ଇନିଂସ ଓ ୩୧ ରନ୍‌ରେ ଜିତି ନେଇଛି। ଚଳିତ ରଣ୍‌ଜୀ ସିଜନରେ ଏହା ଓଡ଼ିଶାର କ୍ରମାଗତ ଦ୍ୱିତୀୟ ଇନିଂସ ବିଜୟ। ପ୍ରଥମ ଇନିଂସରେ ସର୍ଭିସେସ୍‌ ୨୭୧ ରନ୍‌ କରିଥିବା ବେଳେ ଘରୋଇ ଦଳ ୫୪୦ ରନ୍‌ କରିଥିଲା। ୨୬୯ ରନ୍‌ରେ ପଛୁଆ ଥିବା ସର୍ଭିସେସ ଦ୍ୱିତୀୟ ଇନିଂସରେ ମଧ୍ୟ ଓଡ଼ିଆ ବୋଲରଙ୍କ ଉଚିତ ସମ୍ମୁଖୀନ ହୋଇପାରି ନ ଥିଲେ। ଶୁକ୍ରବାର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୮୩/୩ରୁ ବ୍ୟାଟିଂ ଆରମ୍ଭ କରିଥିବା ସର୍ଭିସେସ ୨୩୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ବିକାଶ ହାଥଓ୍ବାଲ ୭୧ ଓ ଅରୁଣ ବମଲ ୪୦ ରନ୍‌ କରିଥିଲେ। ଓଡ଼ିଶା ପାଇଁ ରାଜେଶ ମହାନ୍ତି ଓ ଅଭିଷେକ ରାଉତ ୩ଟି ଲେଖାଏଁ ଉଇକେଟ ହାତେଇଥିବାବେଳେ ଦେବବ୍ରତ ପ୍ରଧାନ ୨ ଓ ଶାନ୍ତନୁ ମିଶ୍ର ଗୋଟିଏ ଉଇକେଟ ହାସଲ କରିଛନ୍ତି। ଦେବାଶିଷ ସାମନ୍ତରାୟଙ୍କ ୧୯୫ ରନ୍‌ର ଇନିଂସ ଖେଳିବା ମ୍ୟାଚ୍‌ର ସବୁଠୁ ଉଲ୍ଲେଖନୀୟ ଘଟଣା ଥିଲା। ଏହି ବିଜୟ ସହ ଓଡ଼ିଶାକୁ ସମ୍ପୂର୍ଣ୍ଣ ୭ ପଏଣ୍ଟ ମିଳିଛି। ଏଥିସହିତ ଏଲିଟ ଗ୍ରୁପ ସି’ରେ ୨ ମ୍ୟାଚ୍‌ରୁ ୧୪ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା। ହରିୟାଣା ଦଳ ସମାନ ସଂଖ୍ୟକ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri