Posted inଫୁରସତ

ରତନ ଟାଟାଙ୍କ ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଫଲୋଅର୍ସ

ମୁମ୍ବାଇ: ଟାଟା ଟ୍ରଷ୍ଟର ଚେୟାରମ୍ୟାନ୍‌ ରତନ ଟାଟାଙ୍କ ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷରୁ ଅଧିକ ଫଲୋଅର୍ସ ହୋଇଗଲେଣି। ଏଥିପାଇଁ ରତନ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଏହା ଅଦ୍ଭୁତ ଅନ୍‌ଲାଇନ୍‌ ପରିବାର। ଯାହା ସହିତ ଜଡ଼ିତ ହୋଇ ମୁଁ ବହୁତ ଖୁସି। କେବେ ଭାବି ନ ଥିଲି ମୋତେ ଏତେ ସମ୍ମାନ ଆଉ ଭଲପାଇବା ଅନ୍‌ଲାଇନ୍‌ରୁ ମିଳିବ ବୋଲି। ଏଥିପାଇଁ ଆପଣ ସମସ୍ତଙ୍କୁ ଧନ୍ୟବାଦ। ଏହାପରେ ତାଙ୍କର ଏହି କମେଣ୍ଟକୁ ୪ ଲକ୍ଷରୁ ଅଧିକ ୟୁଜର ଲାଇକ୍‌ କରିସାରିଲେଣି। କିଛି ୟୁଜର ରୋଚକପୂର୍ଣ୍ଣ କମେଣ୍ଟ ମଧ୍ୟ ଦେଇଛନ୍ତି। ରେହା ଜୈନ ନାମକ ଜଣେ ଯୁବତୀ ରତନଙ୍କୁ ଛୋଟୁ ସମ୍ବୋଧନ କରି ଶୁଭେଚ୍ଛା ଜଣାଇଛନ୍ତି।


୮୨ ବର୍ଷୀୟ ରତନ ଅକ୍ଟୋବର ୨୦୧୯ରେ ଇନ୍‌ଷ୍ଟାଗ୍ରାମ ଖୋଲିଥିଲେ। ୨୦୧୨ ମସିହାରେ ସେ ଟାଟାଗ୍ରୁପ୍‌ରୁ ଅବସର ନେଇଥିଲେ। ରେହା ରତନଙ୍କୁ ଛୋଟୁ କହିଥିବାରୁ ସେ ବହୁତ ଖୁସି ହୋଇଯାଇଛନ୍ତି। ସେ କହିଛନ୍ତି, ମୁଁ ସବୁବେଳେ ଛୋଟ ହୋଇ ରହିବାକୁ ଚାହେଁ। ଆଉ କିଛି ୟୁଜର ରେହାଙ୍କ ଏପରି କମେଣ୍ଟରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୟୁଜର କହିଛନ୍ତି, ଏହା ଅପମାନଜନକ। ରତନ ଜୀ ଆମର ଆଦର୍ଶ। ତେଣୁ ତାଙ୍କୁ ଏମିତି କହିବା ଉଚିତ୍‌ ନୁହଁ। ରତନ ନିଜେ ଏହାର ଉତ୍ତର ରଖିଛନ୍ତି, ମୁଁ ସମସ୍ତଙ୍କ ଭିତରେ ଛୋଟ। ତେଣୁ ରେହାଙ୍କୁ ସମ୍ମାନ ଦେଉଛି। ଆପଣମାନେ ମଧ୍ୟ ତାଙ୍କୁ ସମ୍ମାନ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri