ରତ୍ନବେଦୀକୁ ଫେରିଲେ ଚତୁର୍ଦ୍ଧାମୂରତି

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱର ସର୍ବବୃହତ ରଥରେ ରଥାରୁଢ଼ ହୋଇ ରତ୍ନବେଦୀକୁ ଭଉଣୀ ଦେବୀ ସୁଭଦ୍ରାଙ୍କୁ ଧରି ଫେରିଛନ୍ତି କେନ୍ଦୁଝରର ଆରାଧ୍ୟ ଶ୍ରୀ ବଳଦେବଜୀଉ ଏବଂ ପ୍ରଭୁ ଶ୍ରୀଜଗନ୍ନାଥ । ବାହୁଡ଼ା ଯାତ୍ରା ପାଇଁ ପ୍ରାତଃ ୪ଟାରୁ ଅବକାଶ ନୀତି ପରେ ୫ଟାରେ ଲୁଗାଲାଗି, ୮ଟାରେ ପ୍ରାତଃ ଧୂପ, ପୂର୍ବାହ୍ନ ୧୦ଟାରେ ପୁଷ୍ପାଞ୍ଜଳ ହୋଇଥିଲା। ୧ଟା ପରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ପ୍ରଭୁ ସୁଦର୍ଶନ ପରେ ବଳଦେବଜୀଉଙ୍କ ପହଣ୍ଡି ହୋଇଥିଲା। ପରେ ମା’ ଶୁଭଦ୍ରା ଏବଂ ଶେଷରେ ଜଗନ୍ନାଥ ପହଣ୍ଡିରେ ଆସି ରଥ ପରିକ୍ରମା ପରେ ଚାରମାଳ ଦେଇ ରଥାରୂଢ କରିଥିଲେ। ଶ୍ରୀଜିଉଙ୍କ ପହଣ୍ଡି ସମୟରେ ଭକ୍ତମାନଙ୍କ ହୁଳହୁଳି ଏବଂ ହରିବୋଲରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଥିଲା। ପାଗ ଅନୁକୂଳ ଥିବାରୁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା।

ଏହି ଅବସରେରେ ରଥ ସମ୍ମୁଖରେ ତାଳଧଜ ପତ୍ରିକା ଉନ୍ମୋଚିତ ହୋଇଥିଲା। ରଥ ଟଣା ଆରମ୍ଭ ୪.୫୦ରେ ହୋଇଥିଲା। ହଜାର ହଜାର ସଂଖ୍ୟାରେ ଭକ୍ତ ରଥ ଦଉଡ଼ି ଟାଣି ବଡଦେଉଳରେ ୬.୩୪ ମିନିଟରେ ରଥକୁ ପହଞ୍ଚାଇଥିଲେ।

ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। କେନ୍ଦୁଝର ରାଜା ଧନଞ୍ଜୟ ନାରାୟଣ ଭଞ୍ଜଦେଓ ଛେରପହଁରା କରିଥିଲେ। ପହଣ୍ଡି ସମୟରେ ବଡ଼ ପଣ୍ଡା ରାଜକିଶୋର ପଣ୍ଡା, ଏସ୍‌ପି ନିତିନ କୁଶଲକର, ଉପଜିଲ୍ଲାପାଳ ତଥା ଦେବୋତ୍ତର ଅଧିକାରୀ ରାମଚନ୍ଦ୍ର କିସ୍କୁ, ପୋଲିସ ଉପଖଣ୍ଡ ଅଧିକାରୀ ମହେନ୍ଦ୍ର ମୁର୍ମୁ, ସୂଚନା ଲୋକ ସମ୍ପର୍କ ବିଭାଗ ଉପ ନିର୍ଦ୍ଦେଶକ ସଞ୍ଜୀବ ବାରିକ, ଟାଉନ ଥାନା ଅଧିକାରୀ ସୁନୀଲ କରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଶାନ୍ତି ପୂର୍ଣ୍ଣ ଭାବେ ରଥ ଟଣା ଶେଷ ହେବା ସହ ବଦଦେଉଳକୁ ପହଞ୍ଚି ଥିଲେ ତିନି ଠାକୁର।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri