ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ମହାପ୍ରଭୁଙ୍କ ଆଗମନ ପରେ ମଙ୍ଗଳବାର ଠାରୁ ପୁଣି ଚଳଚଞ୍ଚଳ ହୋଇପଡ଼ିିବ ଶ୍ରୀମନ୍ଦିର ରୋଷଶାଳା। ବାହାରିବ ନୀଳାଚଳ ଅବଢା ଆଉ ରତ୍ନବେଦିରେ ଠାକୁରଙ୍କ ଦର୍ଶନ ପାଇବେ ଶ୍ରଦ୍ଧାଳୁ।
ମଙ୍ଗଳବାର ଚନ୍ଦ୍ରଗ୍ରହଣ ଥିବାରୁ ନୀଳାଦ୍ରିବିଜେ ନୀତିକୁ ତ୍ୱରାନ୍ବିତ କରାଯାଇଥିଲା। ପ୍ରାତଃରେ ତିନିରଥରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଥିଲା। ବଡ଼ ଓଡ଼ିଆ ମଠ ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ବାମୀ ରତ୍ନସିଂହାସନ ମାଜଣା କରିଥିଲେ। ମଠ ପକ୍ଷରୁ ରତ୍ନସିଂହାସନ ଉପରେ କନକମୁଣ୍ଡି ଚାନ୍ଦୁଆ ବନ୍ଧା ଯାଇଥିଲା। ମଠ ପ୍ରଦତ୍ତ ପତିତପାବନ ବାନା ଚୂନରା ସେବକମାନେ ନୀଳଚକ୍ରରେ ବାନ୍ଧିଥିଲେ। ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରସ୍ତ ସେବକ ଅପରାହ୍ନ ୩ଟା ୫୫ରେ ପୁଷ୍ପାଞ୍ଜଳି ପ୍ରଦାନ କରିବା ପରେ ବାଜିଥିଲା ବିଜେ କାହାଳୀ। ଅପରାହ୍ନ ୪ଟାରେ ପହଣ୍ଡି ଆରମ୍ଭ ହୋଇଥିଲା। ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା ସିଂହଦ୍ୱାର। ନନ୍ଦିଘୋଷ ରଥରୁ ମଦନମୋହନ, ତାଳଧ୍ୱଜ ରଥରୁ ରାମ, କୃଷ୍ଣଙ୍କୁ ମହାଜନସେବକମାନେ ଦକ୍ଷିଣୀଘରକୁ ବିଜେ କରାଇଥିଲେ। ଏହାପରେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ୪ଟା ୨୫ରେ ହୋଇଥିଲା। ସେବକମାନେ ସୁଦର୍ଶନଙ୍କୁ ରତ୍ନସିଂହାସନରେ ବିଜେ କରାଇଥିଲେ। ଅପରାହ୍ନ ୪ଟା ୫୦ରେ ବଡଠାକୁର ବଳଭଦ୍ର ଓ ସନ୍ଧ୍ୟା ୬ଟାରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ସନ୍ଧ୍ୟା ୬ଟା ୩୫ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ରାତି ୮ଟା ୩୫ ସୁଦ୍ଧା ପହଣ୍ଡି ଶେଷ ହୋଇଥିଲା। ହେଲେ ମହାପ୍ରଭୁ ରଥରୁ ଓହ୍ଲାଉଥିବା ଦେଖି ଲକ୍ଷ୍ମୀ ଠାକୁରାଣୀ ଚାହାଣୀ ମଣ୍ଡପକୁ ବିଜେ କରିଥିଲେ। ଭେଟ ମଣ୍ଡପରୁ ଭିତରଚ୍ଛ ମହାପାତ୍ର ମହାଲକ୍ଷ୍ମୀଙ୍କୁ ମହାପ୍ରଭୁଙ୍କ ସହ ଭେଟ କରାଇଥିଲେ। କିନ୍ତୁ ବିବାହ ପରେ ମହାପ୍ରଭୁ ଲକ୍ଷ୍ମୀ ଠାକୁରାଣୀଙ୍କୁ ଛାଡ଼ି ଭାଇ ଭଉଣୀଙ୍କୁ ସାଥିରେ ଧରି ଘୋଷଯାତ୍ରାରେ ଚାଲିଯାଇଥିଲେ। ତେଣୁ ଅଭିମାନ କରିଥିଲେ ଲକ୍ଷ୍ମୀ ଠାକୁରାଣୀ। ସେ ସିଂହଦ୍ୱାରକୁ ବନ୍ଦ କରି ଦେଇଥିଲେ। କିଛି ସମୟ ପରେ ସେ ସିଂହଦ୍ୱାର ଖୋଲି ଭିତରକୁ ଚାଲିଯାଇଥିଲେ। ଏହାପରେ ଶ୍ରୀମନ୍ଦିରକୁ ବିଜେ କରିଥିଲେ ମହାପ୍ରଭୁ। କିନ୍ତୁ ଜୟବିଜୟ ଦ୍ୱାର ବନ୍ଦ ରହିଥିଲା। ସେଠାରେ ବଚନିକା ସରିବା ପରେ ଭଣ୍ଡାରଘର ନିକଟରେ ଲକ୍ଷ୍ମୀଙ୍କ ସହିତ ଶ୍ରୀଜଗନ୍ନାଥଙ୍କର ଭେଟ ହୋଇଥିଲା। ସେଠାରେ ଠାକୁରଙ୍କ ବିବାହର ଗଇଁଠାଳ ଫିଟାଯାଇଥିଲା। ଏହି ନୀତିକୁ ଭିତରଚ୍ଛ ମହାପାତ୍ର ସମ୍ପାଦନ କରିଥିଲେ। ଏହାପରେ ସେଠାରେ ରସଗୋଲା ଭୋଗ ହୋଇଥିଲା। ଠାକୁର ରସଗୋଲା ଖୁଆଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିଥିଲେ। ଘଷା ବିଡ଼ିଆ ଓ ମଣୋହି ପରେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri