Posted inରାଜ୍ୟ

ରଥକୁ ସୁରକ୍ଷା ଦିଅନ୍ତି ପାର୍ଶ୍ୱ ଦେବଦେବୀ

ପୁରୀ ଅଫିସ,୧୯ା୬: ଆସନ୍ତା ଜୁଲାଇ ୪ତାରିଖରେ ଅଖିଳ ବ୍ରହ୍ମାଣ୍ଡନାଥ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ରଥଖଳାରେ ତିନିରଥ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ନିର୍ମାଣ କରାଯାଉଛି। ସମଗ୍ର ଭାରତବର୍ଷରେ ଠାକୁରଙ୍କ ଲାଗି ଯେତେ ପ୍ରକାରର ରଥ ତିଆରି ହେଉଛି ସେଥିମଧ୍ୟରୁ ଶ୍ରୀକ୍ଷେତ୍ରର ତିନିରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ। ବହୁ ପ୍ରାଚୀନ ସମୟରୁ ରଥ ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ। ଏହି ରଥରେ ଦାରୁବିଗ୍ରହମାନେ ଆରୋହଣ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିଥାନ୍ତି। ମହାପ୍ରଭୁଙ୍କ ତିନିରଥରେ ୨୭ ପାର୍ଶ୍ୱ ଦେବଦେବୀଙ୍କ ବିଗ୍ରହ ଶୋଭା ପାଇଥାଏ। ଏମାନେ ରଥକୁ ସୁରକ୍ଷା ଦେଇଥାନ୍ତି। ଏହି ପାର୍ଶ୍ୱ ଦେବଦେବୀଙ୍କ ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ବିଶ୍ୱନିୟନ୍ତାଙ୍କ ରଥଯାତ୍ରା ପାଇଁ ପ୍ରତିବର୍ଷ ନୂଆ ରଥ ତିଆରି କରାଯାଇଥାଏ। କିନ୍ତୁ ପାର୍ଶ୍ୱ ଦେବୀଦେବ ପ୍ରତିବର୍ଷ ନିର୍ମାଣ ହୋଇ ନ ଥାନ୍ତି। ନବକଳେବର ବର୍ଷଗୁଡ଼ିକରେ ରୂପକାର ସେବକମାନେ ନିମ୍ବକାଠରେ ପାର୍ଶ୍ୱ ଦେବଦେବୀଙ୍କ ବିଗ୍ରହ ନିର୍ମାଣ କରିଥାନ୍ତି। ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଚିତ୍ରକାର ସେବକମାନେ ଏହି ମୂର୍ତ୍ତିଗୁଡ଼ିକୁ ରଙ୍ଗ କରିଥାନ୍ତି। ଆବଶ୍ୟକ ପଡ଼ିଲେ ରୂପକାର ସେବକମାନେ ଏହାର ମରାମତି କାର୍ଯ୍ୟ କରିଥାନ୍ତି। ରଥଯାତ୍ରାର ୨ଦିନ ପୂର୍ବରୁ ପ୍ରତି ରଥରେ ୯ ମୂର୍ତ୍ତି ଲେଖାଏ ପାର୍ଶ୍ୱ ଦେବତାଙ୍କୁ ଅଧିଷ୍ଠିତ କରାଯାଇଥାଏ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନନ୍ଦିଘୋଷ ରଥରେ ଯେଉଁ ୯ ପାର୍ଶ୍ୱ ଦେବତା ଅଧିଷ୍ଠିତ ହୁଅନ୍ତି ସେମାନେ ହେଲେ ହରିହର, ପଣ୍ଡୁ ନୃସିଂହ, ଗିରି ଗୋବର୍ଦ୍ଧନଧାରୀ, ରାବଣ ଛତ୍ରଭଙ୍ଗ, ଚିନ୍ତାମଣି କୃଷ୍ଣ, ନାରାୟଣ, ମଧୁସୂଦନ, ଲକ୍ଷ୍ମଣ ଓ ପଞ୍ଚମୁଖୀ ହନୁମାନ। ସେହିପରି ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ରହୁଥିବା ଦେବତାମାନେ ହେଲେ ପ୍ରଳମ୍ବାରୀ ମହାଦେବ, ବାଇଶଭୁଜ ନୃସିଂହ, ବଳରାମ, ନଟବର ଗଣେଶ, ଅଙ୍ଗଦ, ନାଟାମ୍ବର, ଷଡ଼ାନନ କାର୍ତ୍ତିକେଶ୍ୱର, ମଧୁ କୈଟଭ ଏବଂ ଅନନ୍ତ ବାସୁଦେବ। ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଯେଉଁ ଦେବୀମାନେ ରୁହନ୍ତି ସେମାନେ ହେଲେ ବିମଳା, ମଙ୍ଗଳା, ବରାହୀ, ଭଦ୍ରକାଳୀ, ଉମା, କାତ୍ୟାୟନୀ, ହରଚଣ୍ଡୀ, ରାମଚଣ୍ଡୀ ଏବଂ ଅଘୋରା। ଏହିପରି ଭାବେ ତିନିରଥରେ ୨୭ ଜଣ ପାର୍ଶ୍ୱ ଦେବଦେବୀ ଅବସ୍ଥାନ କରିଥାନ୍ତି। ଏମାନେ ରଥକୁ ସମ୍ପୂର୍ଣ୍ଣ ସୁରକ୍ଷା ଦେଇଥାନ୍ତି ବୋଲି ଗବେଷକ ଡ. ଦାଶ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri