ରଥଖଳାରେ କାମ ପାଇଁ ଶ୍ରଦ୍ଧାଭାବ ଆବଶ୍ୟକ

ନନ୍ଦିଘୋଷ ରଥର ଅନ୍ୟତମ ବରିଷ୍ଠ ରୂପକାର ଲିଙ୍ଗରାଜ ମହାପାତ୍ର। ୫ବର୍ଷ ବୟସରେ ସେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ବାପା ଆର୍ତ୍ତତ୍ରାଣଙ୍କଠାରୁ ସେ ବାରିସୀ, ନିହଣ ଧରିବା ଶିଖିଥିଲେ। ଲିଙ୍ଗରାଜ କହିଛନ୍ତି, ସ୍କୁଲ ଛୁଟି ହେଲେ ବହିବସ୍ତାନି ସହ ରଥଖଳାକୁ ଚାଲି ଆସୁଥିଲି। ଏବେ ମୋ’ ସହ ୩ଭାଇଙ୍କ ସମେତ ପୁଅ ପ୍ରକାଶ ଏବଂ ପୁତୁରାମାନେ କାମ କରୁଛନ୍ତି। ରଥଖଳାକୁ ଆସିବା ପୂର୍ବରୁ ଦାଣ୍ଡଦୁଆରରେ ପତିତପାବନ ଓ ନୀଳଚକ୍ର ଉଦ୍ଦେଶ୍ୟରେ ମୁଣ୍ଡିଆ ମାରିଥାଏ। ମହାପ୍ରଭୁଙ୍କ ଦୟାରୁ ଆଜିପର୍ଯ୍ୟନ୍ତ କୌଣସି ଅଘଟଣ ଘଟିନାହିଁ। ଜୀବନରେ ବହୁ ବାଧାବିଘ୍ନ ଆସିଛି। ମାତ୍ର ବିଚଳିତ ନ ହୋଇ ମହାପ୍ରଭୁଙ୍କୁ ସ୍ମରଣ କରିଛି। ସବୁ ସମସ୍ୟା ଲାଘବ ହୋଇଯାଇଛି। ରଥଖଳାରେ କାମ କରିବା ଲାଗି ମନରେ ଶ୍ରଦ୍ଧା ଓ ନିଷ୍ଠାଭାବ ରହିବା ଆବଶ୍ୟକ। ମୁଁ ମହାପ୍ରଭୁଙ୍କ ସେବାରେ ଲାଗିଥିବାରୁ ନିଜକୁ ଧନ୍ୟ ମନେ କରେ। ଏଥିରୁ ଆନନ୍ଦ ମିଳେ। ରଥକାମ ସମୟରେ ଯେତେ କାମ ଥିଲେ ମଧ୍ୟ ମୁଁ ପୁରୀ ଛାଡ଼ିି ଅନ୍ୟତ୍ର କେଉଁଆଡେ ଯାଏ ନାହିଁ। ଯେଉଁଠିକୁ ଯାଇଥିଲେ ମଧ୍ୟ ଅକ୍ଷୟତୃତୀୟା ପୂର୍ବରୁ ଏଠାକୁ ଚାଲିଆସେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri