ରଥଖଳାରେ ବାଡ଼ିଆପିଟା: ରଥ ଅମିନ ଓ ତାଙ୍କ ପୁଅ ଆହତ

ପୁରୀ ଅଫିସ,୧୭।୫: ରଥଖଳାରେ ବାଡ଼ିଆପିଟା। ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଏବଂ ତାଙ୍କ ପୁଅ ସୁଧାକରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଫଳରେ ଉଭୟେ ଆହତ ହୋଇଛନ୍ତି। ସୁଧାକରଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଛି। ଏନେଇ ସିଂହଦ୍ୱାର ଥାନାରେ ସେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ରଥ ନିର୍ମାଣ ଲାଗି କେଉଁ କାଠ ଉପଯୋଗୀ ତାହାକୁ ଚୟନ କରି ନିର୍ମାଣକାରୀଙ୍କୁ ଯୋଗାଇଥାନ୍ତି ରଥ ଅମିନ। ତେଣୁ ଏହି ଘଟଣା ପରେ ରଥ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହୋଇପାରେ ବୋଲି କୁହାଯାଉଛି।

ଥାନାରେ ହୋଇଥିବା ଅଭିଯୋଗ ମୁତାବକ, ଶନିବାର ଦ୍ୱିପ୍ରହରରେ ରଥ ନିର୍ମାଣକାରୀ ସେବକମାନେ ରଥଖଳା ନିକଟ ନୂଆ ଜୋତାଷ୍ଟାଣ୍ଡ ପାଖରେ ଖାଉଥିଲେ। ସେଠାରେ ରଥ ଅମିନ ଓ ତାଙ୍କ ପୁଅ ମଧ୍ୟ ଖାଉଥିଲେ। ଏହାଦେଖି ମହାରଣା ସେବକ ବାବନ ମହାରଣା ଏବଂ ନାରାୟଣ ମହାରଣା ସୁଧାକରଙ୍କୁ ଏଠି କାହିଁକି ଖାଉଛୁ ବୋଲି କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ବାବନ ଏବଂ ନାରାୟଣ ଉଭୟେ ସୁଧାକରଙ୍କ ପାଖକୁ ଆସି ତାଙ୍କୁ ମାଡ଼ ମାରିଥିଲେ। ପୁଅକୁ ମାଡ଼ ମରାଯାଉଥିବା ଦେଖି ଲକ୍ଷ୍ମଣ ଅଟକାଇବାରୁ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିଲା। ଏହାପରେ ରଥ ନିର୍ମାଣକାରୀ ଅନ୍ୟ ସେବକମାନେ ହସ୍ତକ୍ଷେପ କରି ଉଭୟ ପକ୍ଷଙ୍କୁ ବୁଝାଶୁଝା କରିଥିଲେ। ମାଡ଼ରେ ସୁଧାକରଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ଅନ୍ୟ ସେବକମାନେ ସଙ୍ଗେସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଏ ସମ୍ପର୍କରେ ସିଂହଦ୍ୱାର ଆଇଆଇସି ଗେହ୍ଲି ସାହୁ କହିଛନ୍ତି, ଅଭିଯୋଗକୁ ଆଧାର କରି ମାଡ଼ ମାରିଥିବା ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା (ନଂ. ୪୩/୨୦୨୦) ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଛି। ରବିବାର ସାକ୍ଷୀଙ୍କ ବୟାନ ନେବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଇଆଇସି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri