ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଉପସ୍ଥାପନ କରିଛନ୍ତି। ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରା ବନ୍ଦ ନ କରାଯାଉ। ମହାପ୍ରଭୁଙ୍କ ଘୋଷ ଯାତ୍ରା ଥରେ ବନ୍ଦ ହେଲେ ୧୨ ବର୍ଷ ଯାଏ ହୋଇପାରିବ ନାହିଁ। ଆସନ୍ତାକାଲି ଯଦି ଜଗନ୍ନାଥ ନ ବାହାରିବେ ତେବେ ୧୨ ବର୍ଷ ଯାଏ ବାହାରିବେ ନାହିଁ ବୋଲି ଯୁକ୍ତିରେ ଉଲ୍ଲେଖ କରିଛନ୍ତି ସଲିସିଟର ଜେନେରାଲ। କେବଳ ନେଗେଟିଭ୍‌ ଟେଷ୍ଟ ସେବାୟତଙ୍କୁ ଯାତ୍ରାରେ ସାମିଲ କରାଯାଉ। ରଥଯାତ୍ରାର ସିଧା ପ୍ରସାରଣ ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି। କୋଭିଡ ନ ବ୍ୟାପିବା ପାଇଁ ପଦକ୍ଷେପ ନେଇପାରିବେ ରାଜ୍ୟ ସରକାର। ଦିନକ ପାଇଁ ସେଠାରେ କର୍ଫ୍ୟୁ ଜାରି କରାଯାଇପାରିବ ସେ କହିଛନ୍ତି। ରାଜ୍ୟ ସରକାରଙ୍କ ଓକିଲ ହରିଶ ସାଲଭେ ଏହାକୁ ସମର୍ଥନ କରିଛନ୍ତି। ସୂଚନାଯୋଗ୍ୟ, ରଥଯାତ୍ରା ହେବ କି ନାହିଁ ତାର ଶୁଣାଣି ସୁପ୍ରିମକୋର୍ଟରେ ହେବ। କୋଟି କୋଟି ଜଗନ୍ନାଥପ୍ରେମୀ ଏହି ରାୟକୁ ଅପେକ୍ଷା କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri