ରଥଯାତ୍ରାକୁ ନେଇ ଆଶଙ୍କା ଦୂର ହେଉ

ପୁରୀ ଅଫିସ, ୧୦।୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। କିନ୍ତୁ ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇ ନାହିଁ। ରଥଯାତ୍ରା ଆୟୋଜନକୁ ନେଇ ସମସ୍ତେ ଏବେ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଆଶା ଆଶଙ୍କା ଲାଗି ରହିଛି। ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ଏହି ଆଶଙ୍କାକୁ ଦୂର କରନ୍ତୁ ବୋଲି ଦଇତାପତି ନିଯୋଗ ମୁଖପାତ୍ର ଗଣପତି ଦାସମହାପାତ୍ର କହିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନିରେ ଗଣପତି କହିଛନ୍ତି, ରଥଯାତ୍ରା ସଂକ୍ରାନ୍ତରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଥ୍ୟ ଦିଆଯାଉ। ଛତିଶା ନିଯୋଗ ବୈଠକ ଡାକି ନୀତି ନିର୍ଘଣ୍ଟ ସ୍ଥିର ହେଉ। ନୀତି ନିର୍ଘଣ୍ଟ ପ୍ରକାଶ ହେଲେ ଭକ୍ତଙ୍କ ମଧ୍ୟରେ ଯେଉଁ ଆଶଙ୍କା ରହିଛି ତାହା ଦୂର ହେବ। ସରକାର ଏହାକୁ ଗୁରୁତର ସହ ନେଇ ରଥଯାତ୍ରା ଆୟୋଜନକୁ ନେଇ ଥିବା ସଂସୟକୁ ଦୂର କରନ୍ତୁ ବୋଲି ଗଣପତି ଦାବି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ...

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ...

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ...

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ...

ଏଥର ହ୍ବାଟ୍ସଆପ୍‌ରେ ମିଳିବ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ...

ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ

ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ...

କୋର୍ଟ ଆସିଲେନି ଅନୁଭବ

କଟକ,୧୦ା୫ (କାର୍ତ୍ତିକ ସାହୁ) ବର୍ଷାଙ୍କୁ ନିର୍ଯାତନା ଦେବା ନେଇ ରୁଜୁ ମାମଲାରେ ଅନୁଭବ ମହାନ୍ତି ଶୁକ୍ରବାର କୋର୍ଟ ଆସିଲେ ନାହିଁ। ଚାର୍ଜ ଫ୍ରେମ ପାଇଁ ଶୁକ୍ରବାର...

କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri