ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ ରଥଯାତ୍ରା ବନ୍ଦ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ ହୋଇଥିବା ଆବେଦନର ଶୁଣାଣି କରି ଏହା କହିଛନ୍ତି। ଫଳରେ ଜୁନ୍‌ ୨୩ରେ ହେବାକୁ ଥିବା ରଥଯାତ୍ରାକୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ହୋଇପାରିବ ନାହିଁ। ଏହାଦ୍ୱାରା ସଂକ୍ରମଣ ବ୍ୟାପିବାର ଅଧିକ ସମ୍ଭାବନା ରହିଛି। ଲୋକଙ୍କ ସୁରକ୍ଷା ଓ ସାଧାରଣ ସ୍ବାର୍ଥ ପାଇଁ ରଥଯାତ୍ରାକୁ ବନ୍ଦ ରହିବ ବୋଲି କୋର୍ଟ କହିଛନ୍ତି।

ତେବେ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ରଥଯାତ୍ରାକୁ ବନ୍ଦ କରିବା ଲାଗି ଆବେଦନ କରାଯାଇଥିଲା। ବିଶାଳ ଜନ ସମାବେଶର ଆୟୋଜନ କରାଗଲେ ପରବର୍ତ୍ତୀ ସମୟରେ ସଂକ୍ରମଣକୁ ରୋକିବା ସମ୍ଭବ ହେବ ନାହିଁ। ପରିସ୍ଥିତି ଅସମ୍ଭାଳ ହୋଇପଡ଼ିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା। ଏଣୁ ଲୋକଙ୍କ ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି ରଥଯାତ୍ରା ସ୍ଥଗିତ ରଖିବାକୁ ପରିଷଦ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri