ରଥଯାତ୍ରା ପାଇଁ ଅନୁମତି ନ ଦେବାକୁ ଅପିଲ କରିଥିବା ଆବେଦନକାରୀ ଓକିଲଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମଙ୍ଗଳବାର ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଲାଗିରହିଛି ଆଶା ଆଶଙ୍କା। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ଚାଲିଥିବା ବେଳେ ରଥଯାତ୍ରା ଅନୁଷ୍ଠିତ ନ ହେବା ଲାଗି ଅପିଲ କରିଥିବା ଓକିଲ ସୁଶାନ୍ତ ପାଢ଼ିଙ୍କ ଘର ଉପରକୁ ସୋମବାର ଅଣ୍ଡାମାଡ଼ ହୋଇଛି। ୧୫ ରୁ ୨୦ ଲୋକ ବାଇକ୍‌ରେ ଆସି ସୁଶାନ୍ତଙ୍କ ଭୁବନେଶ୍ୱର ବମିଖାଲ ସାଈ ବିହାରସ୍ଥିତ ଘର ଉପରକୁ ଅଣ୍ଡା, ଟେକା, ପଥର ମାଡ଼ କରିଛନ୍ତି। ପୋଲିସ ଉପସ୍ଥିତି ସତ୍ତ୍ୱେ ବିକ୍ଷୋଭକାରୀ ସୁଶାନ୍ତଙ୍କ ଘର ନିକଟରେ ପହଞ୍ଚି ମଣ୍ଡାମାଡ଼ କରିଥିଲେ। ଏଥିରେ ସୁଶାନ୍ତ ଘର ସମ୍ମୁଖରେ ଥିବା ତାଙ୍କର କାରର କାଚ ଓ ଝରକା କାଚ ଭାଙ୍ଗିଯାଇଛି। ଏହାକୁ ବିରୋଧ କରିବାରୁ ପୋଲିସ ସହ ସେମାନଙ୍କର ଠେଲାପେଲା ହୋଇଥିଲା। ଲକ୍ଷ୍ମୀସାଗର ପୋଲିସ, ସହିଦ ନଗର ପୋଲିସ, ଆଡିସ୍‌ନାଲ ଡିସିପି ତନାଘନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri