ରଥଯାତ୍ରା ପାଇଁ ଖୁବ୍‌ଶୀଘ୍ର ନିଷ୍ପତ୍ତି: ବିନା ଭକ୍ତରେ ହୋଇପାରେ ଚନ୍ଦନ ଯାତ୍ରା

ଭୁବନେଶ୍ୱର, ୧୫।୪(ବ୍ୟୁରୋ):  ଜୁନ୍‌ ୨୩ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଦିନ ପାଖେଇ ଆସୁଥିବାବେଳେ ରଥ ନିର୍ମାଣ ପାଇଁ ପୁରୀରେ ରଥକାଠ ପହଞ୍ଚତ୍ସାରିଛି। କିନ୍ତୁ କରୋନା ବିରୋଧରେ ଲଢ଼େଇ ଚାଲିଥିବାରୁ ରଥଯାତ୍ରା ହେବ କି ନାହିଁ ତାହାକୁ ନେଇ ଏବେ ବିଚାରବିମର୍ଷ ଚାଲିଛି। କରୋନା ସଂକ୍ରମଣ କେବେ ନିୟନ୍ତ୍ରଣକୁ ଆସିବ ତାହା କହିହେଉ ନାହିଁ। ଏପରିସ୍ଥଳେ ରଥଯାତ୍ରା କିପରି ହେବ ତାହାକୁ ନେଇ ସମସ୍ତେ ଦ୍ୱନ୍ଦ୍ୱ ଓ ଆଶଙ୍କାରେ ରହିଛନ୍ତି। ତେବେ ଖୁବଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ସେପଟେ ଆସନ୍ତା ୨୬ ତାରିଖରେ ଚନ୍ଦନ ଯାତ୍ରା ପଡ଼ୁଛି। ଲକ୍‌ଡାଉନ୍‌ ଜାରି ରହିଥିବାରୁ ଠାକୁରଙ୍କ ନୀତିକାନ୍ତି କେମିତି ହେବ ସେ ନେଇ ସେବାୟତମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ତେବେ ସାମାଜିକ ଦୂରତ୍ୱ ବଜାୟ ରଖି ଚନ୍ଦନ ଯାତ୍ରାର ସମସ୍ତ ନୀତିକାନ୍ତି ସମ୍ପାଦନ କରାଯିବ। ଚଳିତବର୍ଷ ଚନ୍ଦନ ଯାତ୍ରା ବିନା ଭକ୍ତରେ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ବିଧିବଦ୍ଧ ବୈଠକ ବସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିରର ଜଣେ ସେବାୟତ କହିଛନ୍ତି। ଅନ୍ୟପକ୍ଷରେ ଚନ୍ଦନ ଯାତ୍ରା ପରେ ଘୋଷଯାତ୍ରା କଥା ବିଚାର କରାଯିବ। ଯଦି ମହାମାରୀ କରୋନା ସ୍ଥିତିରେ କୌଣସି ପରିବର୍ତ୍ତନ ନ ହୁଏ ତେବେ ମହାପ୍ରଭୁଙ୍କ ଘୋଷଯାତ୍ରା ମଧ୍ୟ ବିନା ଭକ୍ତରେ ସମ୍ପନ୍ନ କରାଯିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri