ରଥଯାତ୍ରା ପାଇଁ ଖୁବ୍‌ଶୀଘ୍ର ନିଷ୍ପତ୍ତି: ବିନା ଭକ୍ତରେ ହୋଇପାରେ ଚନ୍ଦନ ଯାତ୍ରା

ଭୁବନେଶ୍ୱର, ୧୫।୪(ବ୍ୟୁରୋ):  ଜୁନ୍‌ ୨୩ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଦିନ ପାଖେଇ ଆସୁଥିବାବେଳେ ରଥ ନିର୍ମାଣ ପାଇଁ ପୁରୀରେ ରଥକାଠ ପହଞ୍ଚତ୍ସାରିଛି। କିନ୍ତୁ କରୋନା ବିରୋଧରେ ଲଢ଼େଇ ଚାଲିଥିବାରୁ ରଥଯାତ୍ରା ହେବ କି ନାହିଁ ତାହାକୁ ନେଇ ଏବେ ବିଚାରବିମର୍ଷ ଚାଲିଛି। କରୋନା ସଂକ୍ରମଣ କେବେ ନିୟନ୍ତ୍ରଣକୁ ଆସିବ ତାହା କହିହେଉ ନାହିଁ। ଏପରିସ୍ଥଳେ ରଥଯାତ୍ରା କିପରି ହେବ ତାହାକୁ ନେଇ ସମସ୍ତେ ଦ୍ୱନ୍ଦ୍ୱ ଓ ଆଶଙ୍କାରେ ରହିଛନ୍ତି। ତେବେ ଖୁବଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ସେପଟେ ଆସନ୍ତା ୨୬ ତାରିଖରେ ଚନ୍ଦନ ଯାତ୍ରା ପଡ଼ୁଛି। ଲକ୍‌ଡାଉନ୍‌ ଜାରି ରହିଥିବାରୁ ଠାକୁରଙ୍କ ନୀତିକାନ୍ତି କେମିତି ହେବ ସେ ନେଇ ସେବାୟତମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ତେବେ ସାମାଜିକ ଦୂରତ୍ୱ ବଜାୟ ରଖି ଚନ୍ଦନ ଯାତ୍ରାର ସମସ୍ତ ନୀତିକାନ୍ତି ସମ୍ପାଦନ କରାଯିବ। ଚଳିତବର୍ଷ ଚନ୍ଦନ ଯାତ୍ରା ବିନା ଭକ୍ତରେ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ବିଧିବଦ୍ଧ ବୈଠକ ବସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିରର ଜଣେ ସେବାୟତ କହିଛନ୍ତି। ଅନ୍ୟପକ୍ଷରେ ଚନ୍ଦନ ଯାତ୍ରା ପରେ ଘୋଷଯାତ୍ରା କଥା ବିଚାର କରାଯିବ। ଯଦି ମହାମାରୀ କରୋନା ସ୍ଥିତିରେ କୌଣସି ପରିବର୍ତ୍ତନ ନ ହୁଏ ତେବେ ମହାପ୍ରଭୁଙ୍କ ଘୋଷଯାତ୍ରା ମଧ୍ୟ ବିନା ଭକ୍ତରେ ସମ୍ପନ୍ନ କରାଯିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri