ପୁରୀ ଅଫିସ,୧୩ା୬: ରଥଯାତ୍ରାକୁ ଆଉ ମାତ୍ର ରହିଲା ୧୦ଦିନ। ହେଲେ କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କିନ୍ତୁ ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍ ଧରିଲାଣି। ବିଭିନ୍ନ ସେବାୟତ ନିଯୋଗ ସହ ମୁଖ୍ୟ ପ୍ରଶାସକ, ଜିଲାପାଳ ଏବଂ ଅନ୍ୟ ଅଧିକାରୀମାନେ ବାରମ୍ବାର ବୈଠକ କରୁଛନ୍ତି। ଶୁକ୍ରବାର ପୁଣି ରଥଯାତ୍ରାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଛି ରୁଦ୍ଧଦ୍ୱାର ବୈଠକ। ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍ପିଙ୍କ ସମେତ ପ୍ରମୁଖ ପ୍ରଶାସନିକ ଅଧିକାରୀ ଆଲୋଚନା କରିଛନ୍ତି। ରଥଯାତ୍ରା ଆୟୋଜନକୁ ନେଇ ସହମତି ପ୍ରକାଶ ପାଇଥିବାବେଳେ ଘୋଷଣାକୁ ଅପେକ୍ଷା ବୋଲି କୁହାଯାଉଛି।
ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି କଟକଣା ଭିତରେ ରଥଯାତ୍ରା କରିବା ଲାଗି ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି। ସେବାୟତମାନେ କଟକଣାଯୁକ୍ତ ରଥଯାତ୍ରା ସପକ୍ଷରେ ଅଛନ୍ତି। ହାଇକୋର୍ଟ ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡ଼ିଛନ୍ତି। କିନ୍ତୁ ରାଜ୍ୟ ସରକାର ଏଯାବତ କିଛି ସ୍ପଷ୍ଟ କରି ନ ଥିବାରୁ ବିରୋଧୀମାନେ ବି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଇତିମଧ୍ୟରେ ରଥ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଦଇତାପତିଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି। ଦଇତାପତି ନିଯୋଗ ସଭାପତି ରବୀନ୍ଦ୍ର ଦାସମହାପାତ୍ର କହିଛନ୍ତି, ମୁଖ୍ୟ ପ୍ରଶାସକ ଆମ ସହିତ ଆଲୋଚନା ବେଳେ ତାଙ୍କ ଆଭିମୁଖ୍ୟରୁ ସରକାର ରଥଯାତ୍ରା କରିବା ଲାଗି ପ୍ରସ୍ତୁତ ଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରଶାସନ ନୀତି ନିର୍ଘଣ୍ଟର ଚିଠା ମଧ୍ୟ ପ୍ରସ୍ତୁତ କରିସାରିଥିବା ଶୁଣିବାକୁ ମିଳୁଛି। ଏଥିରେ ଭୋର ୪ଟାରେ ପହଣ୍ଡି ଏବଂ ପୂର୍ବାହ୍ନ ୧୧ଟାରେ ରଥଟଣା ଯିବା ଲାଗି ଆପାତତଃ ସ୍ଥିର କରାଯାଇଛି। କିନ୍ତୁ ଏହି ଚିଠା ନୀତି ସବ୍ କମିଟି, ଛତିଶା ନିଯୋଗରେ ଆଲୋଚନା ପରେ ପରିଚାଳନା କମିଟି ବୈଠକରେ ଅନୁମୋଦନ ହେବାକୁ ଥିବାରୁ ଏନେଇ କିଛି ସ୍ପଷ୍ଟ କରାଯାଇ ନାହିଁ।
ଶୁକ୍ରବାର ପୁନଶ୍ଚ ବୈଠକ ବସିଛି। ପ୍ରଥମେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ପୂଜାପଣ୍ଡା ନିଯୋଗ ଏବଂ ପରେ ପୁଷ୍ପାଳକ ନିଯୋଗ ସହ ଆଲୋଚନା କରିଥିଲେ। ରଥଯାତ୍ରା ନୀତିକାନ୍ତି କିପରି ସୁଚାରୁ ରୂପେ ସମ୍ପନ୍ନ ହେବ ସେନେଇ ସମସ୍ତେ ଗୁରୁତ୍ୱ ଦେବାକୁ କହିଥିବା ଜଣାପଡ଼ିଛି। ସନ୍ଧ୍ୟାରେ ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାଳୟରେ ବସିଥିଲା ରୁଦ୍ଧଦ୍ୱାର ବୈଠକ। ଏଥିରେ ଜିଲାପାଳ ବଲୱନ୍ତ ସିଂ, ଏସ୍ପି ଉମାଶଙ୍କର ଦାଶଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ପରେ ମୁଖ୍ୟ ପ୍ରଶାସକ ମନ୍ଦିର ଭିତରକୁ ଯାଇ ଦଇତାପତି ସେବାୟତଙ୍କ ସହ ରଥଯାତ୍ରା ପ୍ରସଙ୍ଗରେ ଆଲୋଚନା କରିଥିଲେ। ସମସ୍ତଙ୍କ ସହ ଆଲୋଚନା ସକାରାତ୍ମକ ରହିଛି। ଖୁବଶୀଘ୍ର ସରକାର ରଥଯାତ୍ରା ସଂକ୍ରାନ୍ତରେ ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା
ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...
ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ
ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...
ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ
ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…
କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...
ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା
ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...
ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍ସ୍ଏସ୍, ଓଆରଏସ ପଦବି ନାହିଁ
ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍ଏସ୍ (OFS) ଏବଂ...
ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...
Archives


