ରଥଯାତ୍ରା ପ୍ରସଙ୍ଗ: ବସିଲା ରୁଦ୍ଧଦ୍ୱାର ବୈଠକ, ଘୋଷଣାକୁ ଅପେକ୍ଷା

ପୁରୀ ଅଫିସ,୧୩ା୬: ରଥଯାତ୍ରାକୁ ଆଉ ମାତ୍ର ରହିଲା ୧୦ଦିନ। ହେଲେ କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କିନ୍ତୁ ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍‌ ଧରିଲାଣି। ବିଭିନ୍ନ ସେବାୟତ ନିଯୋଗ ସହ ମୁଖ୍ୟ ପ୍ରଶାସକ, ଜିଲାପାଳ ଏବଂ ଅନ୍ୟ ଅଧିକାରୀମାନେ ବାରମ୍ବାର ବୈଠକ କରୁଛନ୍ତି। ଶୁକ୍ରବାର ପୁଣି ରଥଯାତ୍ରାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଛି ରୁଦ୍ଧଦ୍ୱାର ବୈଠକ। ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପିଙ୍କ ସମେତ ପ୍ରମୁଖ ପ୍ରଶାସନିକ ଅଧିକାରୀ ଆଲୋଚନା କରିଛନ୍ତି। ରଥଯାତ୍ରା ଆୟୋଜନକୁ ନେଇ ସହମତି ପ୍ରକାଶ ପାଇଥିବାବେଳେ ଘୋଷଣାକୁ ଅପେକ୍ଷା ବୋଲି କୁହାଯାଉଛି।
ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି କଟକଣା ଭିତରେ ରଥଯାତ୍ରା କରିବା ଲାଗି ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି। ସେବାୟତମାନେ କଟକଣାଯୁକ୍ତ ରଥଯାତ୍ରା ସପକ୍ଷରେ ଅଛନ୍ତି। ହାଇକୋର୍ଟ ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡ଼ିଛନ୍ତି। କିନ୍ତୁ ରାଜ୍ୟ ସରକାର ଏଯାବତ କିଛି ସ୍ପଷ୍ଟ କରି ନ ଥିବାରୁ ବିରୋଧୀମାନେ ବି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଇତିମଧ୍ୟରେ ରଥ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଦଇତାପତିଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି। ଦଇତାପତି ନିଯୋଗ ସଭାପତି ରବୀନ୍ଦ୍ର ଦାସମହାପାତ୍ର କହିଛନ୍ତି, ମୁଖ୍ୟ ପ୍ରଶାସକ ଆମ ସହିତ ଆଲୋଚନା ବେଳେ ତାଙ୍କ ଆଭିମୁଖ୍ୟରୁ ସରକାର ରଥଯାତ୍ରା କରିବା ଲାଗି ପ୍ରସ୍ତୁତ ଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରଶାସନ ନୀତି ନିର୍ଘଣ୍ଟର ଚିଠା ମଧ୍ୟ ପ୍ରସ୍ତୁତ କରିସାରିଥିବା ଶୁଣିବାକୁ ମିଳୁଛି। ଏଥିରେ ଭୋର ୪ଟାରେ ପହଣ୍ଡି ଏବଂ ପୂର୍ବାହ୍ନ ୧୧ଟାରେ ରଥଟଣା ଯିବା ଲାଗି ଆପାତତଃ ସ୍ଥିର କରାଯାଇଛି। କିନ୍ତୁ ଏହି ଚିଠା ନୀତି ସବ୍‌ କମିଟି, ଛତିଶା ନିଯୋଗରେ ଆଲୋଚନା ପରେ ପରିଚାଳନା କମିଟି ବୈଠକରେ ଅନୁମୋଦନ ହେବାକୁ ଥିବାରୁ ଏନେଇ କିଛି ସ୍ପଷ୍ଟ କରାଯାଇ ନାହିଁ।
ଶୁକ୍ରବାର ପୁନଶ୍ଚ ବୈଠକ ବସିଛି। ପ୍ରଥମେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ପୂଜାପଣ୍ଡା ନିଯୋଗ ଏବଂ ପରେ ପୁଷ୍ପାଳକ ନିଯୋଗ ସହ ଆଲୋଚନା କରିଥିଲେ। ରଥଯାତ୍ରା ନୀତିକାନ୍ତି କିପରି ସୁଚାରୁ ରୂପେ ସମ୍ପନ୍ନ ହେବ ସେନେଇ ସମସ୍ତେ ଗୁରୁତ୍ୱ ଦେବାକୁ କହିଥିବା ଜଣାପଡ଼ିଛି। ସନ୍ଧ୍ୟାରେ ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାଳୟରେ ବସିଥିଲା ରୁଦ୍ଧଦ୍ୱାର ବୈଠକ। ଏଥିରେ ଜିଲାପାଳ ବଲୱନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ପରେ ମୁଖ୍ୟ ପ୍ରଶାସକ ମନ୍ଦିର ଭିତରକୁ ଯାଇ ଦଇତାପତି ସେବାୟତଙ୍କ ସହ ରଥଯାତ୍ରା ପ୍ରସଙ୍ଗରେ ଆଲୋଚନା କରିଥିଲେ। ସମସ୍ତଙ୍କ ସହ ଆଲୋଚନା ସକାରାତ୍ମକ ରହିଛି। ଖୁବଶୀଘ୍ର ସରକାର ରଥଯାତ୍ରା ସଂକ୍ରାନ୍ତରେ ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri