ରଥଯାତ୍ରା ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୫: କରୋନା ଭୂତାଣୁ ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ତେବେ ଏହା ବନ୍ଦ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଗୁରୁବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଭାରତୀୟ ବିକାଶ ପରିଷଦ ନାମକ ଏକ ସଙ୍ଗଠନ ପକ୍ଷରୁ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଏହି ଏତଲା ଦେଇଥିବା ବେଳେ ହାଇକୋର୍ଟ ମାମଲାକୁ ଗ୍ରହଣ କରିଛନ୍ତି।
ଆବେଦନକାରୀ ଦର୍ଶାଇଛନ୍ତି, କରୋନା ମୁକାବିଲା ପାଇଁ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବା ସହ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଛି। ଧାର୍ମିକ କାର୍ଯ୍ୟକ୍ରମ ଆୟୋଜନ ଉପରେ କଟକଣା ହୋଇଛି। ଜୁନ୍‌ ୨୩ରେ ରଥଯାତ୍ରା। ରଥଯାତ୍ରା ବେଳେ ରାଜ୍ୟ ଓ ବାହାରୁ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥାଏ। ଚଳିତ ବର୍ଷ ଯାତ୍ରା ହେଲେ ଏହା ପରିସ୍ଥିତିକୁ ଅଧିକ ଖରାପ କରିବ। ବିଭିନ୍ନ କାରଣରୁ ଗତ ୪୨୫ ବର୍ଷ ଭିତରେ ୩୨ ଥର ରଥଯାତ୍ରା ବନ୍ଦ ରହିଛି। ଚଳିତବର୍ଷ ମଧ୍ୟ ରଥଯାତ୍ରା ବନ୍ଦ ରଖିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବାକୁ ନିବେଦନ କରାଯାଇଛି। ମାମଲାରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ରାଜ୍ୟ ମୁଖ୍ୟ ଶାସନସଚିବ, ଗୃହ ବିଭାଗ ସଚିବ, ଆଇନ ସଚିବ, ସ୍ବାସ୍ଥ୍ୟ ସଚିବ, ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ମନ୍ଦିର ପରିଚାଳନା କମିଟି ମୁଖ୍ୟ ପ୍ରଶାସକ, ଦେବୋତ୍ତର ବିଭାଗ କମିଶନର, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ, ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri