ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର ନିଜ ପକ୍ଷ ରଖିଛନ୍ତି। କେବଳ ‘ବିଧି ଓ ବିଧାନ’ ପାଇଁ ରଥଯାତ୍ରା ଆୟୋଜିତ ହେବ। ଭକ୍ତଙ୍କୁ ରଥ ଟାଣିବା ପାଇଁ ଅନୁମତି ଦିଆଯିବ ନାହିଁ। କିନ୍ତୁ ସେମାନଙ୍କ ପାଇଁ ଟିଭିରେ ଯାତ୍ରାର ସିଧା ପ୍ରସାରଣ ହେବ। ପୁରୀ ସହରକୁ ସମ୍ପୂର୍ଣ୍ଣ ସିଲ୍‌ କରାଯିବ। ରଥଯାତ୍ରା ଆୟୋଜନ ବେଳେ କରୋନା କୋଭିଡ୍‌-୧୯ ପାଇଁ ଥିବା ଗାଇଡଲାଇନ୍‌ର କୌଣସି ପ୍ରକାର ଉଲ୍ଲଂଘନ ହେବନାହିଁ ବୋଲି ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ଅଶୋକ ପରିଜା ଯୁକ୍ତି ରଖିଥିଲେ। ତେବେ ସରକାର କିଭଳି ବିନା ଭକ୍ତରେ ରଥଯାତ୍ରା ଆୟୋଜନ ପାଇଁ ଯୋଜନା କରିଛନ୍ତି, ସେନେଇ ସବିଶେଷ ତଥ୍ୟ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ତିନି ରଥ ଟାଣିବା ପାଇଁ ବହୁ ଭକ୍ତଙ୍କ ଆବଶ୍ୟକତା ରହିଛି। ଯଦି ଭକ୍ତ ନ ରହିବେ, କେଉଁମାନେ ରଥ ଟାଣିବେ। କେତେ ସଂଖ୍ୟକ ବ୍ୟକ୍ତିଙ୍କୁ ନିୟୋଜିତ କରାଯିବ ଓ ପୁରୀ ସହରକୁ କିଭଳି ସିଲ୍‌ କରାଯିବ, ସେନେଇ ତଥ୍ୟ ରଖିବା ପାଇଁ ନିର୍ଦ୍ଦେଶରେ କୁହାଯାଇଛି। ମୁଖ୍ୟ ବିଚାରପତି ମହମ୍ମଦ ରଫିକ ଓ ବିଚାରପତି ବିଶ୍ୱଜିତ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ୯ରେ ପରବର୍ତ୍ତୀ ଶୁଣାଣି ହେବ। ଉଲ୍ଲେଖଯୋଗ୍ୟ, କରୋନା ସଂକ୍ରମଣ ଆଶଙ୍କା ଥିବାରୁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ନିବେଦନ କରି ଭାରତୀୟ ବିକାଶ ପରିଷଦ ପକ୍ଷରୁ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଆଉ ୪ଟି ହସ୍ତକ୍ଷେପ ଯାଚିକା (ଇଣ୍ଟରଭେନ୍ସନ ପିଟିସନ୍‌) ଦାଖଲ କରାଯାଇଥିଲା। କୋର୍ଟ ସେହି ୪ଟି ଯାଚିକାକୁ ମଧ୍ୟ ଗ୍ରହଣ କରିଛନ୍ତି। ସେମାନଙ୍କ ପକ୍ଷରୁ ଆଇନଜୀବୀ ବିଜୟ ରଗଡ଼ ଓ ମାନସ ମହାପାତ୍ର ଯୁକ୍ତି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri