ରଥଯାତ୍ରା ହେବ କି ନାହିଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରନ୍ତୁ: ଭାଜପା

ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ରଥଯାତ୍ରା ଶତାଦ୍ଦୀ ଶତାଦ୍ଦୀର ପରମ୍ପରା। ବିଶ୍ୱର ଅଗଣିତ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହିତ ରଥଯାତ୍ରା ଅନାଦି କାଳରୁ ରହି ଆସିଛି। ଚଳିତ ବର୍ଷ ରଥଯାତ୍ରାକୁ ନେଇ ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏହା ପଛରେ ରାଜ୍ୟ ସରକାରଙ୍କ ନୀରବତା ଏକ ପ୍ରମୁଖ କାରଣ। ପୁରୀରେ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ତାହାର ଏକ ସ୍ପଷ୍ଟ ଚିତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଜଣାନ୍ତୁ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ କହିଛନ୍ତି, ରଥ ନିର୍ମାଣ ହେବ କି ନାହିଁ ରାଜ୍ୟ ସରକାର ସେଥିଲାଗି କେନ୍ଦ୍ରର ଅନୁମତି ଲୋଡିଥିଲେ। କେନ୍ଦ୍ର ସରକାର ୨୪ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ରଥ ନିର୍ମାଣ ପାଇଁ ଅନୁମତି ଦେଲେ। ହେଲେ ରଥଯାତ୍ରା ହେବ ନା ନାହିଁ ସେନେଇ ସରକାର ଜଣାଇବାକୁ ବିଳମ୍ବ କରୁଛନ୍ତି। ନିକଟରେ ଜଣେ ବ୍ୟକ୍ତି କରୋନା ପରିପ୍ରେକ୍ଷୀରେ ରଥଯାତ୍ରା ବନ୍ଦ କରିବା ଲାଗି ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ମାତ୍ର ଏ ସମ୍ପର୍କିତ ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କ ଉପରେ ଦାୟିତ୍ୱ ଛାଡିଛନ୍ତି। କରୋନା ମୁକାବିଲା ସମ୍ପର୍କିତ ନିୟମାବଳୀ ଦେଖି ସରକାର ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଛନ୍ତି। ଏପରି ପରିସ୍ଥିତିରେ ରାଜ୍ୟ ସରକାର ତୁରନ୍ତ ନିଜ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ବୋଲି ପୃଥ୍ବୀରାଜ କହିଛନ୍ତି। ସେ ଆହୁରି କହିଛନ୍ତି, ସ୍ନାନ ପୂର୍ଣ୍ଣିମା ସୁଦ୍ଧା ଋଥଯାତ୍ରାକୁ ନେଇ ପୂର୍ବ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ଥାଏ। ରଥଯାତ୍ରା ପୂର୍ବରୁ ଆରଡିସି, ଆଇନମନ୍ତ୍ରୀଙ୍କ ସ୍ତରରେ ସମୀକ୍ଷା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସବୁ ବିଭାଗଗୁଡିକର ବୈଠକ ଅନୁଷ୍ଠିତ ହୋଇ ପ୍ରସ୍ତୁତିର ଚୂଡାନ୍ତ ରୂପରେଖ ତିଆରି ହୁଏ। ସବୁ ବିଭାଗର ମିଳିତ ସମନ୍ବୟ ବୈଠକ ବାରମ୍ବାର ହେବାସହ ପ୍ରସ୍ତୁତି ବୈଠକ ନିଜ ନିଜ ସ୍ତରରେ କରିଥାନ୍ତି। କିନ୍ତୁ ଏଯାବତ ସରକାର କୌଣସି ପ୍ରସ୍ତୁତି ବୈଠକ କରିନାହାନ୍ତି। ସବୁ ପ୍ରକାର ନୀତି ନିୟମ ମାନି ମହାପ୍ରଭୁଙ୍କ ରଥଯାତ୍ରା ଆୟୋଜନ କରାଯାଇ ପାରିବ ବୋଲି ପୃଥ୍ବିରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri