ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଏଭଳି ଆଶା ଆଶଙ୍କା ଲାଗି ରହିଥିବା ବେଳେ ମଙ୍ଗଳବାର ଏହି ପ୍ରସଙ୍ଗରେ ମନ୍ତବ୍ୟ ରଖିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର(ଜଗୁନି)। ଗଣମାଧ୍ୟମକୁ ସେ କହିଛନ୍ତି ଯେ, ଯଦି ଏଥର ରଥଯାତ୍ରା ବନ୍ଦ ହୋଇଯାଏ ତେବେ କଳଙ୍କମୟ ଇତିହାସ ସୃଷ୍ଟି ହେବ। ଆମେ ମଣିଷ ହୋଇ ରଥଯାତ୍ରା ବନ୍ଦ ହେଉ ବୋଲି କେବେ ଚାହିଁବା ନାହିଁ। ରାଜ୍ୟ ସରକାର ମଧ୍ୟ ରଥଯାତ୍ରା ପ୍ରସଙ୍ଗରେ କେବେ ପଛାଇବେ ନାହିଁ। ଯେଉଁଭଳି ସୁରୁଖୁରୁରେ ସ୍ନାନଯାତ୍ରା ସମ୍ପନ୍ନ କଲେ ସେଭଳି ରଥଯାତ୍ରା କରିବେ। ଯଦି ରଥ ଯାତ୍ରା ବନ୍ଦ ହେବ ତେବେ ଓଡ଼ିଶା ସରକାର ଓ ଭକ୍ତଙ୍କ ପାଇଁ ଅଶୁଭ ହେବ। ବର୍ତ୍ତମାନ କରୋନାକୁ ନେଇ ଯେଉଁ ଭୟ ଲାଗିରହିଛି ରଥଯାତ୍ରା ହେଲେ ତାହା ଦୂର ହୋଇଯିବ। ସେବାୟତ ଓ ପୋଲିସ ମିଶି ରଥ ଟାଣିପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri