ରଥଯାତ୍ରା ହେଲେ…ବଡ଼ଦାଣ୍ଡରୁ ଖାଲି ହେବ ହୋଟେଲ, ଲଜ୍‌; କାହା ଘରକୁ ଆସିବେନି ବନ୍ଧୁବାନ୍ଧବ

ପୁରୀ ଅଫିସ,୩୧।୫: ମହାମାରୀ କରୋନାର ପ୍ରଭାବ ମହାପ୍ରଭୁଙ୍କ ବିଭିନ୍ନ ପର୍ବପର୍ବାଣି ଉପରେ ପଡିଛି। ବିଧି ରକ୍ଷା ପାଇଁ ସ୍ନାନଯାତ୍ରା ଶ୍ରୀମନ୍ଦିର ଭିତରେ କରାଯିବାକୁ ଥିବାବେଳେ ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ ମେଘନାଦ ପାଚେରି ଭିତରେ ହୋଇଛି। ଏବେ ମହାପ୍ରଭୁଙ୍କ ପ୍ରମୁଖ ଯାତ୍ରା ରଥଯାତ୍ରା ଏବଂ ସ୍ନାନଯାତ୍ରାକୁ ନେଇ ଚାଲିଛି ଚର୍ଚ୍ଚା ଆଲୋଚନା। ଶନିବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଯଦିଓ ବିନା ଭକ୍ତରେ ସ୍ନାନଯାତ୍ରା ଆୟୋଜନ ହେବା ନେଇ ସ୍ପଷ୍ଟ କରାଯାଇଛି ତଥାପି ରଥଯାତ୍ରାକୁ ନେଇ ଝୁଲି ରହିଛି ନିଷ୍ପତ୍ତି। ଭକ୍ତଙ୍କ ସମାଗମ ବିନା ରଥଯାତ୍ରା ଲାଗି ପରିଚାଳନା କମିଟି ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି। ସରକାର ଅନୁମତି ଦେଲେ ଏଥର ହେବ କଟକଣା ଯୁକ୍ତ ରଥଯାତ୍ରା। ଯଦି ରଥଯାତ୍ରା ହୁଏ ତେବେ ବଡ଼ଦାଣ୍ଡର ସିଂହଦ୍ୱାରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ଯେତେ ହୋଟେଲ, ଲଜ୍‌, ଧର୍ମଶାଳା ଆଦି ରହିଛି ସେ ସବୁକୁ ଖାଲି କରାଯିବ। କୌଣସି ଯାତ୍ରୀ, ପର୍ଯ୍ୟଟକ ରହିପାରିବେ ନାହିଁ । ସେହିପରି ବଡ଼ଦାଣ୍ଡ ଉଭୟ ପାର୍ଶ୍ୱରେ ରହିଥିବା ଲୋକଙ୍କ ଘରକୁ ମଧ୍ୟ ବନ୍ଧୁବାନ୍ଧବ ଆସିବେ ନାହିଁ। ଏମିତି କି ପୁରୀକୁ ମଧ୍ୟ ବାହାର ଲୋକ ଆସିବା ଉପରେ କଟକଣା ରହିବ। ଏହି କଟକଣା ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ବଳବତ୍ତର ରହିବ। ପ୍ରଶାସନ ଏ ଦିଗରେ ପଦକ୍ଷେପ ନେବ ବୋଲି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri