ରଥ ନିର୍ମାଣ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ, ୬।୫: କରୋନା ପାଇଁ ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଅକ୍ଷୟତୃତୀୟାର ଅନେକ ଦିନ ପରେ ମଧ୍ୟ ଏପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତୁରନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ନେଇ ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜଗନ୍ନାଥ ସଂସ୍କୃତି ଜନ ଜାଗରଣ ମଞ୍ଚ ପକ୍ଷରୁ ସଭାପତି ପ୍ରଫେସର ଡ. ନିରଞ୍ଜନ ତ୍ରିପାଠୀ ଏବଂ ଅନ୍ୟମାନେ ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି ଯେ, ଅକ୍ଷୟତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୁଏ। ଏଥିଲାଗି ୨ମାସରୁ ଅଧିକ ସମୟ ଲାଗିଥାଏ। ବର୍ତ୍ତମାନଠାରୁ ରଥ ନିର୍ମାଣ ଆରମ୍ଭ ନ ହେଲେ, ଯାତ୍ରା ପୂର୍ବରୁ ସରିବା କଷ୍ଟକର। ରଥଯାତ୍ରା ହେବା ମଧ୍ୟ ସମ୍ଭବ ହୋଇପାରିବ ନାହିଁ। ୧୮୫୭ ମସିହା ସିପାହୀ ବିଦ୍ରୋହ ସମୟରେ ରଥଯାତ୍ରା ବନ୍ଦ ହୋଇ ନ ଥିଲା। ନ’ ଅଙ୍କ ଦୁର୍ଭିକ୍ଷରେ ମଧ୍ୟ ରଥଯାତ୍ରା ହୋଇଛି। ତେଣୁ ଏବେ କରୋନା ସମୟରେ କିଭଳି ରଥଯାତ୍ରା ସୁରୁଖୁରୁରେ ହୋଇପାରିବ, ସେନେଇ ଆବେଦନକାରୀଙ୍କ ପକ୍ଷରୁ କେତେକ ପ୍ରସ୍ତାବ ଦିଆଯାଇଛି। ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତା’ ପୂର୍ବରୁ କରୋନା ସଂକ୍ରମଣ କମି ନ ଥିଲେ ଦଇତାପତି, ସେବାୟତ ଓ ପୋଲିସ କର୍ମଚାରୀଙ୍କୁ ନେଇ ରଥଯାତ୍ରା ହୋଇପାରିବ। ସେମାନଙ୍କର କରୋନା ପରୀକ୍ଷା କରାଯାଇପାରିବ। ଏଥିରେ ଭକ୍ତ ଭାଗ ନେବେ ନାହିଁ। କିନ୍ତୁ ଟିଭି, ସୋସିଆଲ ମିଡିଆ ଆଦିରୁ ରଥଯାତ୍ରା ଦେଖିପାରିବେ ବୋଲି ଆବେଦନକାରୀ ନିଜ ଆବେଦନରେ ଉଲ୍ଲେଖ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଏହି ମାମଲାରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ରାଜ୍ୟ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ, ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ ପ୍ରଶାସକ, ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ପୁରୀ ଜିଲାପାଳ ଏବଂ ଏସ୍‌ପିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରାଗଡ ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri