ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୧୫ା୨ – ରନ୍ଧନ ଗ୍ୟାସ ଏଲ୍‌ପିଜି ମୂଲ୍ୟ ବୃଦ୍ଧି କରାଯାଇଥିବା ପ୍ରତିବାଦରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
ସଙ୍ଗଠନର କର୍ମକର୍ତ୍ତାମାନେ କମାପଲ୍ଲୀ ଛକରେ ବିକ୍ଷୋଭ କରିଛନ୍ତି। କେନ୍ଦ୍ର ସରକାର ପୂର୍ବରୁ ସାଧାରଣ ଲୋକଙ୍କୁ ଉଜ୍ଜ୍ୱଳା ଯୋଜନାରେ ରନ୍ଧନ ଗ୍ୟାସ୍‌ ଯୋଗାଇ ଦେବାକୁ କହି ବର୍ତ୍ତମାନ ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଆଳ ଦେଖାଇ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି କରିଛନ୍ତି। ଏବେ ବହୁ ଗରିବ ଓ ମଧ୍ୟବିତ୍ତ ପରିବାରର ଅତ୍ୟାବଶ୍ୟକୀୟ ଏଲପିଜିରେ ଏକକାଳୀନ ୧୪୪.୫ ଟଙ୍କା ବୃଦ୍ଧିକୁ ଏସ୍‌ୟୁସିଆଇ ପକ୍ଷରୁ ବିରୋଧ କରାଯାଇଛି। ତୁରନ୍ତ ଏହାକୁ ପ୍ରତ୍ୟାହାର ପାଇଁ ଦାବି ହୋଇଛି। ବିକ୍ଷୋଭ ସମାବେଶରେ ଏସୟୁସିଆଇ(କମ୍ୟୁନିଷ୍ଟ)ର ଗଞ୍ଜାମ ଜିଲା ସାଙ୍ଗଠନିକ କମିଟି ସମ୍ପାଦକ ସୋମନାଥ ବେହେରା, କାର୍ତ୍ତିକ ଚନ୍ଦ୍ର ମହାନ୍ତି, ଶିବାନୀ ଶଙ୍କର ମିଶ୍ର, ନିମାଇଁ ଚରଣ ସାହୁ, ଡି. ତିରୁପତି ଦୋରା, ଶୁଭସ୍ମିତା ପାଣିଗ୍ରାହୀ, ନାରାୟଣ ସାହୁ, ପପୁନ ସାହୁ, ରଞ୍ଜନ ସେଠୀ, କିଶାନ କୁମାର ସାହୁ, କାମରାଜ ସାହୁ ଓ ଅଲିଭା ଦାଶ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri