ରବିଧାନର ଟାର୍ଗେଟ ହ୍ରାସ ନେଇ ତାତିଲେ ଚାଷୀ: ଜିଲା ଯୋଗାଣ ଅଧିକାରୀଙ୍କୁ ଫେରାଦ

ବଲାଙ୍ଗୀର ଅଫିସ, ୨ା୬: ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ଲୁହୁରାମୁଣ୍ଡା ପଞ୍ଚାୟତର ଲୁହୁରାମୁଣ୍ଡା ଓ ସାନଫାସଡର ଚାଷୀମାନେ ରବିଧାନର ଟାର୍ଗେଟ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ମଙ୍ଗଳବାର ସେମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସି ଫେରାଦ ହୋଇଛନ୍ତି। ଏହି ଚାଷୀମାନଙ୍କ ଧାନ କିଣିବା ପାଇଁ ମଁା ଗୌରୀ ସ୍ବୟଂ ସହାୟକ ଦଳକୁ ଦାୟିତ୍ୱ ଦିଆଯାଇଛି । ହେଲେ ଏହି ଏସ୍‌ଏଚ୍‌ଜିଠାରୁ ଚାଷୀମାନେ ଜାଣିବାକୁ ପାଇଥିଲେ ଯେ, ଦ୍ୱିତୀୟ ପାଳିର ଧାନ କିଣିବା ପାଇଁ ୧୮୦୦କୁଇଣ୍ଟାଲ ଟାର୍ଗେଟ ଆସିଥିଲା। ଟିଟିଲାଗଡର ଦୁଇଟି ମିଲକୁ ୫ଶହ ଲେଖାଏ ଏଭଳି ୧୦୦୦ କୁଇଣ୍ଟାଲ ଓ ଅନ୍ୟ ଏକ ମିଲକୁ ୮ ଶହ କୁଇଣ୍ଟାଲ ଧାନ କିଣିବା ପାଇଁ ଅନୁମତି ମିଳିଥିଲା । ପରବର୍ତ୍ତୀ ସମୟରେ ଦିଆଯାଇଥିବା ୧୮ଶହ କୁଇଣ୍ଟାଲ ଟାର୍ଗେଟରୁ ୧ହଜାର କୁଇଣ୍ଟାଲ କାଟି ଦିଆଯାଇଥିଲା । ଗ୍ରାମପଞ୍ଚାୟତର ଚାଷୀଙ୍କ କେବଳ ଧାନ କିଣିବା ପାଇଁ ୫ ହଜାର କୁଇଣ୍ଟାଲର ଟାର୍ଗେଟ ଆବଶ୍ୟକତା ଥିବାବେଳେ ୧୮ଶହ କୁଇଣ୍ଟାଲ ଟାର୍ଗେଟ ଦେଇ ସେଥିରୁ ପୁଣି ୧ ହଜାର କୁଇଣ୍ଟାଲ କାଟି ଦେବାକୁ ନେଇ ଚାଷୀମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ । ଉଭୟ ଗଁାର ଚାଷୀମାନେ ବିଭାଗର ଏଭଳି ନିଷ୍ପତ୍ତି ପ୍ରତିବାଦରେ ଜିଲା ଯୋଗାଣ ଅଧିକାରୀଙ୍କୁ ଦାବିପତ୍ର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri