ରବିଧାନ କିଣା ଆରମ୍ଭ ହେଲା: ୩ ଲକ୍ଷ ୪୮ ହଜାର ୮୬୮ କୁଇଣ୍ଟାଲ କିଣା ହେବ

ନୂଆପଡା ଅଫିସ,୨୦ା୫: ବହୁ ପ୍ରତିକ୍ଷୀତ ୨୦୧୯ ରବି ଧାନ କିଣା ସୋମବାରଠାରୁ ଆରମ୍ଭ ହୋଇଛି । ଏହାକୁ ଜିଲାପାଳ ଡା.ପୋମା ଟୁଡୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏଥର ଜିଲାରେ ମୋଟ ୩୫୯୭ ଜଣ ଚାଷୀ ପଞ୍ଜୀକୃତ ହୋଇଥିବାବେଳେ ସେମାନଙ୍କଠାରୁ ୩ ଲକ୍ଷ ୪୮ହଜାର ୮୬୮ କୁଇଣ୍ଟାଲ ଧାନ ସଂଗ୍ରହ କରାଯିବାକୁ ସ୍ଥିର ହୋଇଛି । ପ୍ରଥମ ଦିନରେ ୩ ଜଣ ଚାଷୀଙ୍କଠାରୁ ୨୮୦ ବ୍ୟାଗରେ ୧୩୪.୯୬ କୁଇଣ୍ଟାଲ ଧାନ କିଣାଯାଇଥିଲା। ଗତ ଖରିଫ ଋତୁରେ ଧାନକିଣା ଟାର୍ଗେଟ ହାସଲ କରିଥିବା ୮ଟି ମିଲର୍ସ ଏଥର ଧାନକିଣା ସକାଶେ ଯୋଗ୍ୟ ବିବେଚିତ ହୋଇଛନ୍ତି । ସୋମବାର ପୂର୍ବାହ୍ନ ୯ଟାରେ ସ୍ଥାନୀୟ ଆରସିଏମଏସ ମଣ୍ଡି ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଯୋଗାଣ ଅଧିକାରୀ ଅଶୋକ କୁମାର ଦାସ ସଭାପତିତ୍ୱ କରିଥିବାବେଳେ ଜିଲାପାଳ ମୁଖ୍ୟଅତିଥି, ଜିଲା କୃଷି ଉପନିର୍ଦ୍ଦେଶକ ଜାହିଦ ମହମ୍ମଦ, ଏଆରସିଏସ ଲିଙ୍ଗରାଜ ନାଏକ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ପ୍ରଫୁୁଲ୍ଲ କୁମାର ମହାନନ୍ଦ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଚାଷୀମାନେ ଠିକ ସମୟରେ ଧାନ ଆଣି ମଣ୍ଡିରୁ ସରକାରଙ୍କ ସର୍ବନିମ୍ନ ସହାୟକ ମୂଲ୍ୟ ପାଇବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷେ ବିଭାଗୀୟ ଅଧିକାରୀମାନେ ମଧ୍ୟ ଚାଷୀମାନଙ୍କ ସୁବିଧା ପ୍ରତି ଧ୍ୟାନ ଦେବାକୁ ନିର୍ଦ୍ଦେଶ କରିଥିଲେ । ଏହି ଅବସରରେ ସ୍ଥାନୀୟ ପ୍ୟାକ୍ସ ସଭାପତି ଦିଲୀପ କୁମାର ସାହୁଙ୍କ ସମେତ ଅନ୍ୟାନ୍ୟ ପ୍ୟାକ୍ସର କର୍ମକର୍ତ୍ତା ଯୋଗଦେଇଥିଲେ। ସ୍ଥାନୀୟ ଅଞ୍ଚଳରୁ ଶତାଧିକ ଚାଷୀମାନେ ଯୋଗଦେଇଥିଲେ। ତେବେ ଆସନ୍ତା ୨୭ ତାରିଖଠାରୁ ସମସ୍ତ ମଣ୍ଡିରେ ରିତିମତ ଧାନକିଣା ଚାଲିବ ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ। କାର୍ଯ୍ୟକ୍ରମକୁ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ମହାନନ୍ଦ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri