କଟକ ଅଫିସ,୨୨।୨: ସାହିତି୍ୟକ କିଶୋରୀ ଚରଣ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ କିଶୋରୀ ଚରଣ ପୁରସ୍କାର ଚଳିତବର୍ଷ ଯୁବ କଥାକାର ରବିନାରାୟଣ ଦାଶ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଦାଶଙ୍କ ଦ୍ୱାରା ଲିଖିତ ଓ ଓଡ଼ିଶା ବୁକ୍ ଏମ୍ପୋରିୟମ୍ ଦ୍ୱାରା ପ୍ରକାଶିତ ଗଳ୍ପ ସଙ୍କଳନ ‘ଦୃଶ୍ୟାନ୍ତର’ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ସ୍ବରୂପ ମାନପତ୍ର, ଉପଢୌକନ ଓ ୧୦ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯିବ। ଦାଶଙ୍କ ପୁସ୍ତକ ‘ଦୃଶ୍ୟାନ୍ତର’, ଗଳ୍ପ ସଙ୍କଳନ ‘ନିଜ ଲୋକ’, ଉପନ୍ୟାସ ‘ଡାର୍ଟି ପିକ୍ଚର୍’, ପ୍ରବନ୍ଧ ସଙ୍କଳନ ‘କଥାରେ କିଛି ଅଛି’ ଓ ‘ପିଛିଲା ତାରିଖ’ ପ୍ରକାଶ ପାଇ ପାଠକୀୟ ଆଦୃତି ଲାଭ କରିଛି। ତାଙ୍କର ଅନେକ ଗଳ୍ପ ରାଜ୍ୟର ବିଭିନ୍ନ ପ୍ରତିଷ୍ଠିତ ପତ୍ରପତ୍ରିକାରେ ପ୍ରକାଶ ପାଇଆସୁଛି। ସୂଚନାଯୋଗ୍ୟ, କିଶୋରୀ ଚରଣ ସ୍ମୃତି ସଂସଦ ପକ୍ଷରୁ ୪୦ ବର୍ଷରୁ କମ୍ ଯୁବ ଲେଖକମାନଙ୍କ ଦ୍ୱାରା ରଚିତ ଗଳ୍ପ, ଉପନ୍ୟାସ ପୁସ୍ତକ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। କିଶୋରୀ ଚରଣଙ୍କ ୯୬ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ଆସନ୍ତା ମାର୍ଚ୍ଚ ୧ ତାରିଖରେ କଟକ ଶ୍ରୀରାମଚନ୍ଦ୍ର ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରବିନାରାୟଣ ଦାଶଙ୍କୁ ଉକ୍ତ ପୁରସ୍କାର ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦର ସମ୍ପାଦକ ବିଜୟାନନ୍ଦ ସିଂ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି।
Posted inଆମ ଜିଲା ଖବର, କଟକ View All
ରାତିରେ ଝିଅ ଡ୍ରେସ୍ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…
ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…
ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି
ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…
୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ
ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…
ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍ଏସ୍ଏସ୍ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…
କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା
ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…
ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…
ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…
ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…
ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…
ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…
Archives

