ରବିବାର ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ଥିତି ପରଖିଲେ ନିର୍ଦ୍ଦେଶକ

ନିଶ୍ଚିନ୍ତକୋଇଲି,୧୪।୨(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ଥିଲା । ଗତ ମାସରୁ ଦଶମ ଓ ଦ୍ୱାଦଶ ପିଲାମାନଙ୍କୁ ଶ୍ରେଣୀ କକ୍ଷରେ ଶିକ୍ଷାଦାନ ବ୍ୟବସ୍ଥା ରାଜ୍ୟ ସରକାର ଆରମ୍ଭ କରିଛନ୍ତି। ୧୦୦ଦିନ ଶିକ୍ଷାଦାନର ଏକ ବ୍ୟବସ୍ଥା କରି କୋଭିଡ୍‌ ଗାଇଡଲାଇନ ଏସ୍‌ଓପି ଜରିକରିଛନ୍ତି। ପ୍ରତି ରବିବାର ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ରବିବାର ମଧ୍ୟ ଶିକ୍ଷାଦାନ ବ୍ୟବସ୍ଥା କରିଛନ୍ତି। ଦଶମ ପିଲାଙ୍କୁ ପରୀକ୍ଷା ଦର୍ପଣ ମଧ୍ୟ ପ୍ରଦାନ କରାଯିବ। ରାଜ୍ୟ ସରକାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇ ଯେଉଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ତାହା କେତେଦୂର ପାଳନ କରାଯାଉଛି ସେନେଇ ମଧ୍ୟ ଶିକ୍ଷା ବିଭାଗ ତଦାରଖ କରିବାର ବ୍ୟବସ୍ଥା କରାଯାଇଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହାର ତଦନ୍ତ କରୁଛନ୍ତି।

ରବିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ବୃନ୍ଦାବନ ବେହେରା ଅଚାନକ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଗସ୍ତରେ ଆସିଥିଲେ।ସେ ପ୍ରଥମେ ଏହି ବ୍ଲକ ଅଧୀନସ୍ଥ ରାମକୃଷ୍ଣପୁର ଓସ୍ତପୁର ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ଶ୍ରେଣୀ ଲକ୍ଷ୍ୟ ପରିଦର୍ଶନ କରିଥିଲେ। ପିଲାଙ୍କୁ ପରୀକ୍ଷା ପ୍ରସ୍ତୁତି, ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟବସ୍ଥା ଓ କୋଭିଡ୍‌ ଗାଇଡଲାଇନ ବିଷୟରେ ପଚାରିଥିଲେ। ପରେ ସ୍ଥାନୀୟ ସରପଞ୍ଚ ମନୋରଞ୍ଜନ ସ୍ବାଇଁ, ପୂର୍ବତନ ସରପଞ୍ଚ ରମେଶ ସ୍ବାଇଁ ଓ ସ୍ଥାନୀୟ ଶିକ୍ଷାବିତ୍‌ଙ୍କ ସହ ଆଲୋଚନା କରିଥିଲେ। ପରେ ଅସୁରେଶ୍ୱର ସୁଭଦ୍ରା ମହାବିଦ୍ୟାଳୟକୁ ଯାଇ ପିଲା ଓ ଅଧ୍ୟାପକଙ୍କ ସହ ଆଲୋଚନା କରିଛନ୍ତି। ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପିଲାଙ୍କୁ ପଢ଼ାଯାଉଛି। ରବିବାର ଥିବାରୁ ପିଲାସଂଖ୍ୟା କିଛିକାଂଶରେ କମିଥିବା ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri