ରବିବାର ବିଦ୍ୟାଳୟ, ମହାବିଦ୍ୟାଳୟ ସ୍ଥିତି ପରଖିଲେ ନିର୍ଦ୍ଦେଶକ

ନିଶ୍ଚିନ୍ତକୋଇଲି,୧୪।୨(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ଥିଲା । ଗତ ମାସରୁ ଦଶମ ଓ ଦ୍ୱାଦଶ ପିଲାମାନଙ୍କୁ ଶ୍ରେଣୀ କକ୍ଷରେ ଶିକ୍ଷାଦାନ ବ୍ୟବସ୍ଥା ରାଜ୍ୟ ସରକାର ଆରମ୍ଭ କରିଛନ୍ତି। ୧୦୦ଦିନ ଶିକ୍ଷାଦାନର ଏକ ବ୍ୟବସ୍ଥା କରି କୋଭିଡ୍‌ ଗାଇଡଲାଇନ ଏସ୍‌ଓପି ଜରିକରିଛନ୍ତି। ପ୍ରତି ରବିବାର ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ରବିବାର ମଧ୍ୟ ଶିକ୍ଷାଦାନ ବ୍ୟବସ୍ଥା କରିଛନ୍ତି। ଦଶମ ପିଲାଙ୍କୁ ପରୀକ୍ଷା ଦର୍ପଣ ମଧ୍ୟ ପ୍ରଦାନ କରାଯିବ। ରାଜ୍ୟ ସରକାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇ ଯେଉଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ତାହା କେତେଦୂର ପାଳନ କରାଯାଉଛି ସେନେଇ ମଧ୍ୟ ଶିକ୍ଷା ବିଭାଗ ତଦାରଖ କରିବାର ବ୍ୟବସ୍ଥା କରାଯାଇଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହାର ତଦନ୍ତ କରୁଛନ୍ତି।

ରବିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ବୃନ୍ଦାବନ ବେହେରା ଅଚାନକ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଗସ୍ତରେ ଆସିଥିଲେ।ସେ ପ୍ରଥମେ ଏହି ବ୍ଲକ ଅଧୀନସ୍ଥ ରାମକୃଷ୍ଣପୁର ଓସ୍ତପୁର ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ଶ୍ରେଣୀ ଲକ୍ଷ୍ୟ ପରିଦର୍ଶନ କରିଥିଲେ। ପିଲାଙ୍କୁ ପରୀକ୍ଷା ପ୍ରସ୍ତୁତି, ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟବସ୍ଥା ଓ କୋଭିଡ୍‌ ଗାଇଡଲାଇନ ବିଷୟରେ ପଚାରିଥିଲେ। ପରେ ସ୍ଥାନୀୟ ସରପଞ୍ଚ ମନୋରଞ୍ଜନ ସ୍ବାଇଁ, ପୂର୍ବତନ ସରପଞ୍ଚ ରମେଶ ସ୍ବାଇଁ ଓ ସ୍ଥାନୀୟ ଶିକ୍ଷାବିତ୍‌ଙ୍କ ସହ ଆଲୋଚନା କରିଥିଲେ। ପରେ ଅସୁରେଶ୍ୱର ସୁଭଦ୍ରା ମହାବିଦ୍ୟାଳୟକୁ ଯାଇ ପିଲା ଓ ଅଧ୍ୟାପକଙ୍କ ସହ ଆଲୋଚନା କରିଛନ୍ତି। ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପିଲାଙ୍କୁ ପଢ଼ାଯାଉଛି। ରବିବାର ଥିବାରୁ ପିଲାସଂଖ୍ୟା କିଛିକାଂଶରେ କମିଥିବା ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri