ରମା ବୈଦ୍ୟନାଥନ୍‌ ପାଇବେ ମାହାରୀ ସମ୍ମାନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆଦିଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ତରଫରୁ ବିଶିଷ୍ଟ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ରମା ବୈଦ୍ୟନାଥନ ଚଳିତବର୍ଷ ଲାଗି ସମ୍ମାନଜନକ ମାହାରୀ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ୫୦ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ପ୍ରଦାନ କରାଯିବ। ଆସନ୍ତା ୧୯ ତାରିଖରେ ରବୀନ୍ଦ୍ରମଣ୍ଡପଠାରେ ରମାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଏଥିସହିତ ବିଶିଷ୍ଟ ନୃତ୍ୟଗୁରୁ ମାୟାଧର ରାଉତ ଚଳିତବର୍ଷ ଲାଗି ଆଦିଗୁରୁ ପଙ୍କଜ ଚରଣ ଦାସ ପରମ୍ପରା ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଶୁକ୍ରବାର ପ୍ରତିଷ୍ଠାନ ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଏହି ସମ୍ମାନ ବାବଦକୁ ସେ ୫୦ ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ଗ୍ରହଣ କରିବେ। ମାର୍ଚ୍ଚ ୧୭ରେ ଆଦିଗୁରୁ ପଙ୍କଜ ଚରଣ ଦାସଙ୍କ ୧୦୧ତମ ଜୟନ୍ତୀ ଅବସରରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ସେହିପରି ମାଦେଳି, ବୀଣାକାର, ଗାଉଣୀ ସମ୍ପ୍ରଦା ଓ ନାଚୁଣୀ ସମ୍ପ୍ରଦା ନିୟୋଗଙ୍କ ସାଧନା ଅବଦାନକୁ ସମ୍ମାନ ଜଣାଇ ଉକ୍ତ କ୍ଷେତ୍ରରେ ପ୍ରତିଷ୍ଠିତ ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବ। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ବିଶିଷ୍ଟ ନୃତ୍ୟଶିଳ୍ପୀ ପ୍ରଣତୀ ମହାନ୍ତି ନାଚୁଣୀ ସମ୍ପ୍ରଦା ପାଇବାକୁ ମନୋନୀତ ହୋଇଥିବା ବେଳେ ପ୍ରଫେସର ଡ. ଜଗନ୍ନାଥ କୁଅଁରଙ୍କୁ ମାଦେଳି ସମ୍ମାନ, ଗୁରୁ ଡ. ବିଜୟ କୁମାର ଜେନାଙ୍କୁ ବୀଣାକାର ସମ୍ମାନ ଏବଂ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୁକାନ୍ତ କୁମାର କୁଣ୍ଡୁଙ୍କୁ ଗାଉଣୀ ସମ୍ପ୍ରଦା ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ପ୍ରତ୍ୟେକଙ୍କୁ ୧୫ ହଜାର ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ମାର୍ଚ୍ଚ ୧୭ରୁ ୧୯ ପର୍ଯ୍ୟନ୍ତ ୩ଦିନ ବ୍ୟାପୀ ରବୀନ୍ଦ୍ରମଣ୍ଡପରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ଦେଶର ବିଭିନ୍ନ ସ୍ଥାନରୁ ଓଡ଼ିଶୀ, କଥକ, କୁଚୁପୁଡ଼ି ଓ ଭାରତନାଟ୍ୟମ୍‌ ନୃତ୍ୟଶିଳ୍ପୀମାନେ ନୃତ୍ୟ ପରିବେଷଣ କରିବେ। ୧୭ରେ ଆଦିଗୁରୁଙ୍କ ଜୟନ୍ତୀ ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସଂସ୍କୃତି ବିଭାଗ ମିଳିତ ଆନୁକୂଲ୍ୟରେ ପାଳନ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ତଥା ନିର୍ଦ୍ଦେଶକ ଶରତ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri