Posted inଜାତୀୟ

ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ପାଠ ପଢୁଛନ୍ତି ଛାତ୍ରୀ

ଭୋପାଳ,୨।୭: ପାଠ ପଢିବା ପାଇଁ ଖାତା ବହି, ସିଲଟ, କଲମ ଅବା ପେନସିଲ୍‌ ଆବଶ୍ୟକ ହୋଇଥାଏ। ତେବେ ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଥିବା ଏକ ପ୍ରାଥମିକ ସ୍କୁଲରେ ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ଛାତ୍ରୀମାନେ ପାଠ ପଢିବା ଆରମ୍ଭ କରୁଛନ୍ତି। ଜିଲା ମୁଖ୍ୟାଳୟ ଠାରୁ ପ୍ରାୟ ୬୦ କିଲୋମିଟର ଦୂରରେ ଥିବା ସରକାରୀ ବାଳିକା ବିଦ୍ୟାଳୟରେ ଏଭଳି ପାଠପଢା ହେଉଛି। ପ୍ରଧାନ ଶିକ୍ଷକ ରାଜେଶ ଚୌରେ ଛାତ୍ରୀମାନଙ୍କୁ ରସଗୋଲା ସହିତ ଅନ୍ୟ ମିଠା ବଣ୍ଟନ କରି ଏହାକୁ ଗଣିବାକୁ କହିଥାନ୍ତି। ଏହାର ଆକାର ସମ୍ପର୍କରେ ମଧ୍ୟ ଅନେକ ପ୍ରଶ୍ନ କରିଥାନ୍ତି। ଫଳରେ ଛାତ୍ରୀମାନେ ଖେଳ ମାଧ୍ୟମରେ ପାଠପଢା ସହଜରେ କରିପାରିଥାନ୍ତି। ଏଭଳି ପଦ୍ଧତି ଦ୍ୱାରା ଛାତ୍ରୀମାନଙ୍କର ବ୍ୟବହାରିକ ଜ୍ଞାନର ବିକାଶ ହୋଇପାରୁଥିବା ପ୍ରଧାନଶିକ୍ଷକ କହିଛନ୍ତି। ଏଠାରେ ପ୍ରଥମଠାରୁ ୫ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୧୬୦ ଜଣ ଛାତ୍ରୀଙ୍କୁ ଏହି ପଦ୍ଧତିରେ ପାଠପଢା ଯାଇଥାଏ। ନିଜ ଦରମା ଟଙ୍କା ଖର୍ଚ୍ଚ କରି ପ୍ରଧାନଶିକ୍ଷକ ଏଭଳି ପଦ୍ଧତିରେ ପାଠପଢା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri